ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି।

କଟକ ଓଡ଼ିଆ ବଜାରସ୍ଥିତ ମହିମାଙ୍କ ଘର ଓ ଲିଙ୍କ୍‌ ରୋଡସ୍ଥିତ ଓଏସ୍‌ଏଲ୍‌ ଅଫିସ୍‌ରେ ୨ଟି ଟିମ୍‌ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଓଡ଼ିଆ ବଜାରସ୍ଥିତ ଘରେ ମହିମା ମିଶ୍ର ଓ ତାଙ୍କ ୨ ପୁଅ ଥିବା ଜଣାଯାଇଛି।

ସେହିପରି ପାରାଦୀପ ବନ୍ଦର ଚିଫ୍‌ ଇଲେକ୍ଟ୍ରିକାଲ ମେକାନିକାଲ ଇଞ୍ଜିନିୟର(ସିଇଏମ୍‌ଇ)ମୁଖ୍ୟ ସରୋଜ କୁମାର ଦାସ ଓ ତାଙ୍କର ଜଣେ ସହଯୋଗୀ କଣ୍ଟାକ୍ଟ ଓ୍ବାର୍କର ସୁମନ୍ତ ରାଉତଙ୍କୁ ଗୁରୁବାର ପୂର୍ବାହ୍ନରେ ସିବିଆଇ ନିଜ ହେପାଜତକୁ ନେଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି। ବନ୍ଦର ପ୍ରଶାସନିକ ଭବନର ସିଇଏମ୍‌ଇ ବିଭାଗ, ଓଏସ୍‌ଏଲ(ଓଡିଶା ଷ୍ଟିଭେଡର୍ସ ଲିମିଟେଡ୍‌),କେସିଟି (କରମଚାନ୍ଦ ଥାପର )କମ୍ପାନୀରେ ମିଳିତ ଭାବେ ଚଢ଼ାଉ ଜାରି ରହିଛି। ପ୍ରାଥମିକ ସୂଚନାନୁଯାୟୀ, ଓଏସ୍‌ଏଲର ଜଣେ କର୍ମଚାରୀଙ୍କଠାରୁ ଇଞ୍ଜିନିୟର ସରୋଜ ଦାସ ୨୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ଜବତ କରିଛି। ମଧୁବନସ୍ଥ ୧୦୦ ଏମ୍‌ଏମ୍‌ଟି ଅତିଥି ଭବନରେ ସରୋଜ ଓ ସୁମନ୍ତଙ୍କୁ ଜେରା କରାଯାଇଛି। ରିପୋର୍ଟ ଲେଖା ହେବା ସୁଦ୍ଧା ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

ସୂଚନାଯୋଗ୍ୟ, ପାରାଦୀପ ସିଓ୍ବେଜ୍‌ ଶିପିଂ କମ୍ପାନୀ ଜିଏମ୍‌ ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ମହିମା ମିଶ୍ର ଓ ତାଙ୍କ ସହଯୋଗୀ ବସନ୍ତ ବଳଙ୍କୁ ଥାଇଲାଣ୍ଡ ପୋଲିସ ବ୍ୟାଙ୍କକର ଏକ ହୋଟେଲରୁ ଗିରଫ କରିଥିଲା। ଏହାର ୨ ବର୍ଷ ପରେ ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri