ଓଡ଼ିଶା ସମେତ ୩ ରାଜ୍ୟରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ବେଆଇନ ଖଣି ଖନନ ଓ କୋଇଲା ଚୋରି ନେଇ ସିବିଆଇ ପକ୍ଷରୁ ବୁଧବାର ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। କୋଇଲା ଚୋରି ଅଭିଯୋଗରେ ୨୦୨୦ ନଭେମ୍ବର ୨୭ରେ ସିବିଆଇ ୬ଜଣଙ୍କ ବିରୋଧରେ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଛି। ଏହିକ୍ରମରେ ବୁଧବାର ସିବିଆଇ ଇଷ୍ଟନର୍ର୍ କୋଲ୍‌ଫିଲ୍ଡ ଲିମିଟେଡ(ଇସିଏଲ୍‌)ର କାର୍ଯ୍ୟାଳୟ ସମେତ ୩ ରାଜ୍ୟର ୧୫ ସ୍ଥାନରେ ଚଢ଼ାଉ କରିଛି। ସିବିଆଇ ପକ୍ଷରୁ ଇସିଏଲ୍‌ର ପୂର୍ବତନ ଏବଂ ବର୍ତ୍ତମାନର ଦୁଇ ଜିଏମ୍‌, ସିକ୍ୟୁରିଟି ମ୍ୟାନେଜର, ସିକ୍ୟୁରିଟି ଇନ୍ସପେକ୍ଟର, କୋଲିରି ଏଜେଣ୍ଟଙ୍କ ଘରେ ଏବଂ ଅଫିସରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ବର୍ତ୍ତମାନର ଜିଏମ୍‌ଙ୍କ ଘରୁ ପ୍ରାୟ ୨୦ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର ଏବଂ ସମ୍ପତ୍ତି ଦଲିଲ ଜବତ କରାଯାଇଛି। ସେହିପରି ଅନ୍ୟ କିଛି ସ୍ଥାନରୁ ସମ୍ପତ୍ତି ଦଲିଲ, ଲକର ଚାବି ଏବଂ ଆପରାଧିକ ଦଲିଲ୍‌ ସିବିଆଇ ଟିମ୍‌ ଜବତ କରିଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା କାରଣରୁ ଅଧିକ ସୂଚନା ମିଳିପାରି ନାହିଁ। ସୂଚନାଯୋଗ୍ୟ, ଆସାନସୋଲ୍‌ସ୍ଥିତ ଇସିଏଲ୍‌ ଓ ଏହାର ସଂଲଗ୍ନ ଘରୋଇ ଜମିରେ ବେଆଇନ ଖଣି ଖନନ ଏବଂ କୋଇଲା ଚୋରି ଅଭିଯୋଗ ହୋଇଥିଲା। ଏଥିରେ ବହୁ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ସୂଚନା ମିଳିଥିଲା। ଏନେଇ ସିବିଆଇ ମାମଲା ରୁଜୁ କରି କେତେଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା। ପୂର୍ବରୁ ସିବିଆଇ ପକ୍ଷରୁ ବିଭିନ୍ନ ରାଜ୍ୟର ୧୦୦ରୁ ଅଧିକ ସ୍ଥାନରେ ତଦନ୍ତ କରାଯାଇଥିଲା। ତଦନ୍ତ ସମୟରେ ପୂର୍ବରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri