ଓଡ଼ିଶା ସମେତ ୩ ରାଜ୍ୟରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ବେଆଇନ ଖଣି ଖନନ ଓ କୋଇଲା ଚୋରି ନେଇ ସିବିଆଇ ପକ୍ଷରୁ ବୁଧବାର ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। କୋଇଲା ଚୋରି ଅଭିଯୋଗରେ ୨୦୨୦ ନଭେମ୍ବର ୨୭ରେ ସିବିଆଇ ୬ଜଣଙ୍କ ବିରୋଧରେ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଛି। ଏହିକ୍ରମରେ ବୁଧବାର ସିବିଆଇ ଇଷ୍ଟନର୍ର୍ କୋଲ୍‌ଫିଲ୍ଡ ଲିମିଟେଡ(ଇସିଏଲ୍‌)ର କାର୍ଯ୍ୟାଳୟ ସମେତ ୩ ରାଜ୍ୟର ୧୫ ସ୍ଥାନରେ ଚଢ଼ାଉ କରିଛି। ସିବିଆଇ ପକ୍ଷରୁ ଇସିଏଲ୍‌ର ପୂର୍ବତନ ଏବଂ ବର୍ତ୍ତମାନର ଦୁଇ ଜିଏମ୍‌, ସିକ୍ୟୁରିଟି ମ୍ୟାନେଜର, ସିକ୍ୟୁରିଟି ଇନ୍ସପେକ୍ଟର, କୋଲିରି ଏଜେଣ୍ଟଙ୍କ ଘରେ ଏବଂ ଅଫିସରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ବର୍ତ୍ତମାନର ଜିଏମ୍‌ଙ୍କ ଘରୁ ପ୍ରାୟ ୨୦ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର ଏବଂ ସମ୍ପତ୍ତି ଦଲିଲ ଜବତ କରାଯାଇଛି। ସେହିପରି ଅନ୍ୟ କିଛି ସ୍ଥାନରୁ ସମ୍ପତ୍ତି ଦଲିଲ, ଲକର ଚାବି ଏବଂ ଆପରାଧିକ ଦଲିଲ୍‌ ସିବିଆଇ ଟିମ୍‌ ଜବତ କରିଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା କାରଣରୁ ଅଧିକ ସୂଚନା ମିଳିପାରି ନାହିଁ। ସୂଚନାଯୋଗ୍ୟ, ଆସାନସୋଲ୍‌ସ୍ଥିତ ଇସିଏଲ୍‌ ଓ ଏହାର ସଂଲଗ୍ନ ଘରୋଇ ଜମିରେ ବେଆଇନ ଖଣି ଖନନ ଏବଂ କୋଇଲା ଚୋରି ଅଭିଯୋଗ ହୋଇଥିଲା। ଏଥିରେ ବହୁ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ସୂଚନା ମିଳିଥିଲା। ଏନେଇ ସିବିଆଇ ମାମଲା ରୁଜୁ କରି କେତେଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା। ପୂର୍ବରୁ ସିବିଆଇ ପକ୍ଷରୁ ବିଭିନ୍ନ ରାଜ୍ୟର ୧୦୦ରୁ ଅଧିକ ସ୍ଥାନରେ ତଦନ୍ତ କରାଯାଇଥିଲା। ତଦନ୍ତ ସମୟରେ ପୂର୍ବରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri