Posted inଜାତୀୟ

ପୂର୍ବତନ ଅର୍ଥ ସଚିବଙ୍କ ଘରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୧୨।୧: ଭ୍ରଷ୍ଟାଚାର ମାମଲାରେ ସିବିଆଇ ଗୁରୁବାର ପୂର୍ବତନ ଅର୍ଥ ସଚିବ ଅରବିନ୍ଦ ମାୟାରାମଙ୍କ ବାସଭବନ ଉପରେ ଚଢ଼ାଉ କରିଛି। ଦିଲ୍ଲୀ ଏବଂ ଜୟପୁରରେ ଗତ ୬ଘଣ୍ଟାରୁ ଏହି ଚଢ଼ାଉ ଜାରି ରହିଛି। ଏପର୍ଯ୍ୟନ୍ତ ଚଢ଼ାଉରେ କେତେକ ଆପତ୍ତିଜନକ କାଗଜପତ୍ର ଜବତ କରାଯାଇଛି। ଏହି ମାମଲାରେ ସିବିଆଇ ପକ୍ଷରୁ କୌଣସି ଔପଚାରିକ ବୟାନ ସାମ୍ନାକୁ ଆସି ନ ଥିବା ବେଳେ କୌଣସି ଗିରଫଦାରୀ ମଧ୍ୟ ହୋଇନାହିଁ। ସୂଚନାଯୋଗ୍ୟ, କରେନ୍ସି ମୁଦ୍ରଣ ପାଇଁ ଦିଆଯାଇଥିବା ଟେଣ୍ଡରରେ ଅରବିନ୍ଦ ଅନିୟମିତତା କରିଥିବା ଅଭିଯୋଗ ହୋଇଛି। ମାୟାରାମଙ୍କ ସହ ଅର୍ଥ ମନ୍ତ୍ରଣାଳୟ ଏବଂ ଆରବିଆଇର କେତେକ ଅଧିକାରୀଙ୍କ ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନା ରହିଛି। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ଅରବିନ୍ଦ ମାୟାରାମ ଭାରତର ଅର୍ଥ ସଚିବ ଭାବେ କାର୍ଯ୍ୟରତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri