Posted inଜାତୀୟ

୧୦୦ କୋଟି ବଟି ଆଦାୟ ମାମଲାର ଯାଞ୍ଚ୍‌ କରିବ ସିବିଆଇ: ହାଇକୋର୍ଟ

ମୁମ୍ବାଇ,୫।୪: ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ଉପରେ ବିଚାର କରି ହାଇକୋର୍ଟ ସୋମବାର ବଡ଼ ଫଇସଲା ଶୁଣାଇଛନ୍ତି। ୧୦୦କୋଟି ଟଙ୍କାର ବଟି ଆଦାୟ ମାମଲାର ଯାଞ୍ଚ୍‌ ଏଣିକି ସିବିଆଇ କରିବ ବୋଲି କୋର୍ଟ କହିଛନ୍ତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗର ବିଚାର କରି କୋର୍ଟ କହିଛନ୍ତି ଯେ, ଏନେଇ ମାମଲା ଦାଏର କରାଯାଇଛି। ପୋଲିସ ଏହାର ତଦନ୍ତ ଆରମ୍ଭ କରିବ। ତେବେ ପୋଲିସ ତଦନ୍ତ ପରେ ମାମଲା ସିବିଆଇ ହାତକୁ ଯିବ। କୋର୍ଟ କହିଛନ୍ତି ଯେ, ଅନୀଲ ରାଜ୍ୟର ଗୃହମନ୍ତ୍ରୀ। ତେଣୁ ମାମଲାର ନିରପେକ୍ଷ ଯାଞ୍ଚ୍‌ ଜରୁରୀ। ସୂଚନାଯୋଗ୍ୟ, କୋର୍ଟଙ୍କ ଫଇସଲା ଆଧାରରେ ଆସନ୍ତା ୧୫ ଦିନ ମଧ୍ୟରେ ସିବିଆଇ ନିର୍ଦ୍ଦେଶକଙ୍କୁ ମାମଲା ହସ୍ତାନ୍ତର କରାଯିବ। ଅନୀଲଙ୍କ ବିରୋଧରେ ପ୍ରମାଣ ମିଳିଲେ ଏନେଇ ସିବିଆଇ ପକ୍ଷରୁ ମାମଲା ଦାଏର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri