Posted inଜାତୀୟ

ମୁକୁଳି ନ ପାରନ୍ତି ଲାଲୁ

ରାଞ୍ଚି,୩୦ ।୧୦: ଗୋଟିଏ ପଟେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲରୁ ଜାମିନ ପାଇବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ଅନ୍ୟପଟେ ତାଙ୍କୁ ଯେପରି ଜାମିନ ନ ମିଳିବ ସେଥିପାଇଁ ସିବିଆଇ ସୁପ୍ରିମକୋର୍ଟ ଯିବାକୁ ପ୍ରସ୍ତୁତ ହେଉଛି । ଲାଲୁ ପ୍ରସାଦଙ୍କୁ ଝାଡଖଣ୍ଡ ହାଇକୋର୍ଟ ଚାଇବାସ ଟ୍ରେଜେରୀ ମାମଲାରେ ଜାମିନ ପ୍ରଦାନ କରିଥିବା ବେଳେ ସିବିଆଇ ଏହାର ଶୁଣାଣି ସମୟରେ କହିଛି ଏହି ମାମଲାରେ ଲାଲୁ ପ୍ରସାଦ ଗୋଟିଏ ଦିନ ବି ଜେଲରେ କଟାଇ ନାହାନ୍ତି । ଏହା ପଛରେ ସିବିଆଇ ସିଆରପିସି ଧାରା ୪୨୭କଥା ଉଠାଇଥିଲା । ଏହି ଆଧାରରେ ଯଦି କାହାକୁ ଗୋଟିଏ ପ୍ରକାର ମାମଲାରେ ବାରମ୍ବାର ସଜା ମିଳିଛି ତେବେ ପ୍ରଥମ ସଜା ସମ୍ପୂର୍ଣ୍ଣ ହେବାପରେ ଦ୍ୱିତୀୟ ସଜା ଆରମ୍ଭ ହେବାର ବିଧି ରହିଛି । ଏଥିପାଇଁ ଲାଲୁ ପ୍ରସାଦଙ୍କୁ ତଳ କୋର୍ଟରେ ଏକାସାଙ୍ଗେ ସଜା କାଟିବାକୁ କହିବାର ଥିଲା, କିନ୍ତୁ ଏହା କରାଯାଇ ନାହିଁ । ଏହି ଆଧାରରେ ସିବିଆଇ ଲାଲୁଙ୍କ ଜାମିନର ବିରୋଧ କରିଥିଲା । ହେଲେ ହାଇକୋର୍ଟ ସିବିଆଇର ଏହି ଦଲିଲ ପରେ ବି ଲାଲୁ ପ୍ରସାଦଙ୍କୁ ଜାମିନ ପ୍ରଦାନ କରିଥିଲେ । ଏବେ ସିବିଆଇ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟରେ ଅପିଲ କରିବାକୁ ପ୍ରସ୍ତୁତ ହେଉଛି । ଏହାପୂର୍ବରୁ ମଧ୍ୟ ଦେଓଘର ମାମଲାରେ ଲାଲୁଙ୍କୁ ମିଳିଥିବା ଜାମିନ ବିରୋଧରେ ସିବିଆଇ ହାଇକୋର୍ଟରେ ଏସଏଲପି ଦାଖଲ କରି ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri