ଓପିଟିସିଏଲ୍‌କୁ ସିବିଆଇପି ପୁରସ୍କାର

ଭୁବନେଶ୍ୱର,୫।୩: ରାଜ୍ୟର ପ୍ରମୁଖ ସରକାରୀ ଉଦ୍ୟୋଗ ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌)ର କାର୍ଯ୍ୟଦକ୍ଷତାକୁ ଜାତୀୟ ସ୍ତରରେ ସ୍ବୀକୃତି ସାଙ୍ଗକୁ ସମ୍ମାନ ଦିଆଯାଇଛି। ଦେଶରେ ଶକ୍ତି କ୍ଷେତ୍ରରେ ସଫଳ ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ କମ୍ପାନୀ ଭାବେ ଓପିଟିସିଏଲ୍‌କୁ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ଜଳସେଚନ ଏବଂ ଶକ୍ତି ବୋର୍ଡ (ସିବିଆଇପି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ପ୍ରତିଷ୍ଠା ଉତ୍ସବ ଅବସରରେ ଓପିଟିସିଏଲ୍‌ ବର୍ଷ ୨୦୨୩ ପାଇଁ ସିବିଆଇପି ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶକ୍ତିମନ୍ତ୍ରୀ ଆର୍‌.କେ. ସିଂଙ୍କଠାରୁ ଓପିଟିସିଏଲ୍‌ର ଅଧ୍ୟକ୍ଷ ସଞ୍ଜୟ କୁମାର ମିଶ୍ର ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ସେହିଭଳି ପ୍ରକଳ୍ପଗୁଡିକର ସଫଳ ରୂପାୟନ ସାଙ୍ଗକୁ ସର୍ବାଧିକ ସରବରାହ ଉପଲବ୍ଧତା, ଅତି କମ୍‌ ସରବରାହ କ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ବିଦ୍ୟୁତ୍‌ ବ୍ୟବସ୍ଥାର ସଫଳ ପୁନରୁଦ୍ଧାର ଏବଂ ଉତ୍କୃଷ୍ଟ ବିଦ୍ୟୁତ୍‌ ସୁରକ୍ଷା ବ୍ୟବସ୍ଥା ଭଳି କିଛି ମାନଦଣ୍ଡ ବିଚାରକୁ ନେଇ ଓପିଟିସିଏଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ଓପିଟିସିଏଲ୍‌ର ଅଧ୍ୟକ୍ଷ ମିଶ୍ର କହିଛନ୍ତି, ଓପିଟିସିଏଲ୍‌ର ସମସ୍ତ କର୍ମଚାରୀଙ୍କ ନିଷ୍ଠାପରତା ଏବଂ ରାଜ୍ୟ ସରକାରଙ୍କଠାରୁ ମିଳିଥିବା ପ୍ରଶାସନିକ ସହଯୋଗ ପାଇଁ ଏହା ସମ୍ଭବ ହୋଇପାରିଛି। ବିଶେଷକରି ଓପିଟିସିଏଲ୍‌ର ପରିବାର ଏକତା ପାଇଁ ନିଗମକୁ ଉକ୍ତ ସମ୍ମାନ ମିଳିପାରିଛି ବୋଲି ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

ବଦଳିଲା ଜମି-ଘର କିଣିବା ନିୟମ, ଏହି କାଗଜ ନ ଥିଲେ କରିପାରିବେନି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୬।୨: ଯଦି ଆପଣ ଉତ୍ତର ପ୍ରଦେଶରେ ରହୁଛନ୍ତି ଏବଂ ଜମି କିଣିବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କୁ ଉତ୍ତର ପ୍ରଦେଶର ଏହି ଗୁରୁତ୍ୱପୂର୍ଣ୍ଣ ନିୟମଗୁଡ଼ିକ ବିଷୟରେ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri