ଓପିଟିସିଏଲ୍‌କୁ ସିବିଆଇପି ପୁରସ୍କାର

ଭୁବନେଶ୍ୱର,୫।୩: ରାଜ୍ୟର ପ୍ରମୁଖ ସରକାରୀ ଉଦ୍ୟୋଗ ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌)ର କାର୍ଯ୍ୟଦକ୍ଷତାକୁ ଜାତୀୟ ସ୍ତରରେ ସ୍ବୀକୃତି ସାଙ୍ଗକୁ ସମ୍ମାନ ଦିଆଯାଇଛି। ଦେଶରେ ଶକ୍ତି କ୍ଷେତ୍ରରେ ସଫଳ ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ କମ୍ପାନୀ ଭାବେ ଓପିଟିସିଏଲ୍‌କୁ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଭାରତ ସରକାରଙ୍କ ଶକ୍ତି ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ଜଳସେଚନ ଏବଂ ଶକ୍ତି ବୋର୍ଡ (ସିବିଆଇପି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ପ୍ରତିଷ୍ଠା ଉତ୍ସବ ଅବସରରେ ଓପିଟିସିଏଲ୍‌ ବର୍ଷ ୨୦୨୩ ପାଇଁ ସିବିଆଇପି ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶକ୍ତିମନ୍ତ୍ରୀ ଆର୍‌.କେ. ସିଂଙ୍କଠାରୁ ଓପିଟିସିଏଲ୍‌ର ଅଧ୍ୟକ୍ଷ ସଞ୍ଜୟ କୁମାର ମିଶ୍ର ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ସେହିଭଳି ପ୍ରକଳ୍ପଗୁଡିକର ସଫଳ ରୂପାୟନ ସାଙ୍ଗକୁ ସର୍ବାଧିକ ସରବରାହ ଉପଲବ୍ଧତା, ଅତି କମ୍‌ ସରବରାହ କ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ବିଦ୍ୟୁତ୍‌ ବ୍ୟବସ୍ଥାର ସଫଳ ପୁନରୁଦ୍ଧାର ଏବଂ ଉତ୍କୃଷ୍ଟ ବିଦ୍ୟୁତ୍‌ ସୁରକ୍ଷା ବ୍ୟବସ୍ଥା ଭଳି କିଛି ମାନଦଣ୍ଡ ବିଚାରକୁ ନେଇ ଓପିଟିସିଏଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ଓପିଟିସିଏଲ୍‌ର ଅଧ୍ୟକ୍ଷ ମିଶ୍ର କହିଛନ୍ତି, ଓପିଟିସିଏଲ୍‌ର ସମସ୍ତ କର୍ମଚାରୀଙ୍କ ନିଷ୍ଠାପରତା ଏବଂ ରାଜ୍ୟ ସରକାରଙ୍କଠାରୁ ମିଳିଥିବା ପ୍ରଶାସନିକ ସହଯୋଗ ପାଇଁ ଏହା ସମ୍ଭବ ହୋଇପାରିଛି। ବିଶେଷକରି ଓପିଟିସିଏଲ୍‌ର ପରିବାର ଏକତା ପାଇଁ ନିଗମକୁ ଉକ୍ତ ସମ୍ମାନ ମିଳିପାରିଛି ବୋଲି ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri