Posted inଜାତୀୟ

ସିବିଆଇର ହୋଇଛି ଭାଜପାକରଣ, ମାଲିକ ଯାହା ଚାହୁଁଛନ୍ତି ତାହା ହେଉଛି, ସିବଲଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ, ୨୦।୮ : ରାଜ୍ୟ ସଭା ଏମ୍‌ପି କପିଲ ସିବଲ ଶନିବାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ପତଞ୍ଜରା ମଧ୍ୟରେ ଥିବା ଶୁଆ ଏବେ ମୁକ୍ତ ହୋଇଛି। ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାନୁଷ୍ଠାନକୁ ନେଇ ସେ କେନ୍ଦ୍ର ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ଗୁରୁବାର ଦିନ ଦିଲ୍ଲୀ ଏକ୍ସାଇଜ ପଲିସି ସମ୍ପର୍କରେ ଡେପୁଟି ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିଥିଲା।
ଏନେଇ ସିବଲ ଟୁଇଟ କରି କହିଛନ୍ତି, ପିଞ୍ଜରାରେ ଥିବା ସିବିଆଇ ଏବେ ଶୁଆ ପରି ବାହାରକୁ ଆସିଛି। ତେବେ ଏହାର ଭାଜପାକରଣ ହୋଇଯାଇଛି। ଏଥିସହିତ ସିବଲ ସିବିଆଇର ଡେଣା ବୋଲି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟକୁ ମଧ୍ୟ କହିଛନ୍ତି। ସେ ଲେଖିଛନ୍ତି, ମାଲିକ ଯାହା କୁହନ୍ତି, ଶୁଆ ସେଭଳି କରୁଛି।

ଶୁକ୍ରବାର ଆମ ଆଦମୀ ପାର୍ଟିର ନେତାଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଉପରେ ମଧ୍ୟ ସିବଲ ପ୍ରଶ୍ନ ଉଠାଇଛନ୍ତି।
ଶୁକ୍ରବାର ସିସୋଦିଆଙ୍କ ବାସଭବନରେ କରାଯାଇଥିବା ସିବିଆଇ ତଦନ୍ତ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା। ଅନୁସନ୍ଧାନକାରୀ ସଂସ୍ଥା ତାଙ୍କ କମ୍ପ୍ୟୁଟର ଏବଂ ମୋବାଇଲ ଫୋନ ନେଇଛି ବୋଲି ଏଏପି ନେତା କହିଛନ୍ତି। ସେହିପରି ସଞ୍ଜୟ ସିଂ, ରାଘବ ଚଢ଼ାଙ୍କ ସମେତ ବଡ ଏଏପି ନେତାମାନଙ୍କୁ ସରକାର ଟାର୍ଗେଟ କରିଥିବା ସିବଲ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାର ଦିଲ୍ଲୀର ବିକାଶ ମଡେଲକୁ ଟାର୍ଗେଟ କରୁଥିବା ଅଭିଯୋଗ ହୋଇଛି।

ସିସୋଦିଆଙ୍କ ବାସଭବନରେ ଚାଲିଥିବା ଚଢ଼ାଉ ସମ୍ପର୍କରେ ସିବଲ ଟୁଇଟ କରି କହିଛନ୍ତି ଯେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାରୁ ଭାଜପା ଏଏପିକୁ ଅସ୍ଥିର କରିବା ଲାଗି ଏଭଳି କରୁଛି। ଏଥି ସହ ସେ ସିବିଆଇ ଏବଂ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟକୁ ସରକାରଙ୍କ ହାତରେ ଥିବା କହିଛନ୍ତି। ଏହି ଟୁଇଟରେ ସେ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଅର୍ଥ ହେରଫେର ମାମଲାରେ ଇଡି ଜୈନଙ୍କୁ ଗିରଫ କରିଥିଲା।

ସୂଚନାଯୋଗ୍ୟ, ୨୦୧୩ ରେ କୋଇଲା ଆବଣ୍ଟନ ମାମଲାର ଶୁଣାଣି ସମୟରେ ଜଷ୍ଟିସ ଆରଏମ ଲୋଧା ପଞ୍ଜୁରୀର ଶୁଆ ବିଷୟରେ କହିଥିଲେ। ଏଥିସହିତ ସେ ଶୁଆକୁ ମୁକ୍ତ କରିବାକୁ କେତେ ସମୟ ଲାଗିବ ବୋଲି ସେ ପ୍ରଶ୍ନ କରିଥିଲେ। ନିକଟରେ ସିବଲ ସର୍ବୋଚ୍ଚ ନ୍ୟାୟାଳୟର କାର୍ଯ୍ୟକାରିତା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?