Posted inଜାତୀୟ

ଏଫ୍‌ବିୟୁ ଦୁର୍ନୀତି ମାମଲା: ମନୀଷ ସିସୋଡିଆଙ୍କ ବିରୋଧରେ ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ,୧୬।୩: ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ମନ୍ତ୍ରୀ ମନୀଷ ସିସୋଡିଆଙ୍କ ପାଇଁ ପୁଣି ଅଡୁଆ ବଢିଲା। ଦିଲ୍ଲୀ ସରକାରଙ୍କ ଫିଡ୍‌ବ୍ୟାକ୍‌ ୟୁନିଟ୍‌ (ଏଫ୍‌ବିୟୁ) ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କ ବିରୋଧରେ ସିବିଆଇ ଏକ ମାମଲା ରୁଜୁ କରିଛି।

ଏହି ମାମଲାରେ ସିବିଆଇ ନଭେମ୍ବର ୨୦୧୬ରେ ଏକ ଏଫଆଇଆର୍‌ ପଞ୍ଜୀକରଣ କରି ତଦନ୍ତ ଆରମ୍ଭ କରିଥିଲା ଏବଂ ୟୁନିଟ୍‌ ଗଠନରେ ଦୁର୍ନୀତି ହୋଇଥିବା ଜାଣିବାକୁ ପାଇଥିଲା। ଦିଲ୍ଲୀ ସରକାରଙ୍କ ତତ୍କାଳୀନ ଡେପୁଟି ସେକ୍ରେଟାରୀ ଭିଜିଲାନ୍ସ କେ.ଏସ ମୀନାଙ୍କ ଅଭିଯୋଗ ଉପରେ ସିବିଆଇ ଏହି ଅନୁସନ୍ଧାନ ଆରମ୍ଭ କରିଥିଲା।

ଦିଲ୍ଲୀ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦୁର୍ନୀତି ଏବଂ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ଫେବୃୟାରୀ ୨୦୧୬ରେ ଦିଲ୍ଲୀ ସରକାର ଫିଡ୍‌ବ୍ୟାକ୍‌ ୟୁନିଟ୍‌ ଗଠନ କରିଥିଲେ। ଏଥିପାଇଁ ୨୯ ସେପ୍ଟେମ୍ବର ୨୦୧୫ରେ ଦିଲ୍ଲୀ ସରକାରଙ୍କ କ୍ୟାବିନେଟ ବୈଠକରେ ଏଫ୍‌ବିୟୁ ଗଠନକୁ ଅନୁମୋଦନ କରାଯାଇଥିଲା। ତେବେ ଉକ୍ତ ପ୍ରୋଜେକ୍ଟ ପାଇଁ ଆବଣ୍ଟନ ହୋଇଥିବା ପାଣ୍ଠି ଆପ ସରକାରଙ୍କ ଦ୍ବାରା ହଡପ କରାଯାଇଥିଲା ବୋଲି ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri