ବୁଧବାରଠାରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଆରମ୍ଭ, ଜାଣନ୍ତୁ ସମସ୍ତ ସୂଚନା…

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସିବିଏସ୍‌ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ ଆରମ୍ଭ ହେବ। ତେବେ କିଛି ବିଷୟର ପରୀକ୍ଷା ଅପରାହ୍ନ ସାଢ଼େ ୧୨ଟାରେ ଓ ଆଉ କିଛି ପରୀକ୍ଷା ଅପରାହ୍ନ ସାଢ଼େ ୧ଟା ପର୍ଯ୍ୟନ୍ତ ଚାଲିବ।

ସକାଳ ୯ଟାରୁ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବେ। ପରୀକ୍ଷା ଆରମ୍ଭ ହେବାର ୪୫ ମିନିଟ୍‌ ପୂର୍ବରୁ ଅର୍ଥାତ୍‌ ୯ଟା ୪୫ରେ ସମସ୍ତ ପରୀକ୍ଷା ହଲ୍‌ ଖୋଲିବ। ଛାତ୍ରୀଛାତ୍ରଙ୍କୁ ୧୦ଟା ପୂର୍ବରୁ ନିଜ ନିଜ ସିଟ୍‌ରେ ବସିବାକୁ ପଡ଼ିବ। ୧୦ଟା ପରେ କୌଣସି ଛାତ୍ରୀଛାତ୍ରଙ୍କୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ପରୀକ୍ଷା ପ୍ରଶ୍ନପତ୍ର ପଢ଼ିବା ପାଇଁ ଉଭୟ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ୧୫ ମିନିଟ୍‌ ସମୟ ଦିଆଯିବ। ଏହାପରେ ସେମାନେ ଉତ୍ତର ଲେଖିବା ଆରମ୍ଭ କରିବେ। ଅଧିକ ସୂଚନା ପାଇଁ ଛାତ୍ରୀଛାତ୍ରମାନେ ଓ୍ବେବ୍‌ସାଇଟ୍‌ cbse.nic.inକୁ ଅନୁସରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri