ଏପ୍ରିଲ ୨୬ରୁ ସିବିଏସ୍‌ଇ ଦଶମ,ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର, ୧୧।୩(ବ୍ୟୁରୋ) – କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହେବ। ଦଶମ ବୋର୍ଡ ପରୀକ୍ଷା ମେ’ ୨୪ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଜୁନ୍‌ ୧୫ରେ ଶେଷ ହେବ। ଏସବୁ ପରୀକ୍ଷା ସବ୍‌ଜେକ୍ଟିଭ ମୋଡ୍‌ରେ ହେବ ବୋଲି ବୋର୍ଡ ପକ୍ଷରୁ ଶୁକ୍ରବାର ପରୀକ୍ଷା ସୂଚୀ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରତ୍ୟେକ ବିଷୟ ପାଇଁ ୨ ଘଣ୍ଟା ସମୟ ରହିବ। ସକାଳ ସାଢ଼େ ୧୦ଟାରୁ ସାଢ଼େ ୧୨ଟା ମଧ୍ୟରେ ପରୀକ୍ଷା ଅନୁଷ୍ଠିତ ହେବ। ଏସବୁ ପରୀକ୍ଷା ଅଫ୍‌ଲାଇନ ମୋଡ୍‌ରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ହେବ। ପରୀକ୍ଷା ଆରମ୍ଭ ପୂର୍ବରୁ ପିଲାଙ୍କୁ ପ୍ରଶ୍ନ ପଢ଼ିବା ପାଇଁ ୧୫ ମିନିଟ୍‌ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଏସବୁ ପରୀକ୍ଷା ସମ୍ପୂର୍ଣ୍ଣ କରୋନା କଟକଣାରେ କରାଯିବାକୁ ନିର୍ଦ୍ଦେଶ ରହିଛି। ଛାତ୍ରୀଛାତ୍ର ମାସ୍କ ପିନ୍ଧି ଆସିବା ସହ ନିଜେ ସାନିଟାଇଜର ଆଣିବେ। ପରୀକ୍ଷା ହଲ୍‌ରେ ସାମାଜିକ ଦୂରତ୍ୱ ପାଳନ କରାଯିବ। ସେହିପରି ପିଲା ଅସୁସ୍ଥତା କିମ୍ବା କୌଣସି କୋଭିଡ୍‌ ଲକ୍ଷଣ ନ ଥିବା ସଂକ୍ରାନ୍ତରେ ଅଭିଭାବକ ନିଶ୍ଚିତ କରିବେ। ଅଭିଭାବକ ପିଲାମାନଙ୍କୁ କୋଭିଡ୍‌ କଟକଣା ସମ୍ପର୍କରେ ସଚେତନ କରିବେ। ପରୀକ୍ଷା ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ବୋର୍ଡର ଓ୍ବେବ୍‌ସାଇଟ୍‌ www.cbse.gov.inକୁ ଦେଖିବା ପାଇଁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri