ବର୍ଷକୁ ୨ଥର ସିବିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର,୨୦ା୨ (ସୁଚିସ୍ମିତା ସାହୁ):ଛାତ୍ରୀଛାତ୍ରଙ୍କ ମନରେ ପରୀକ୍ଷା ଚାପ କମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ବଡ଼ ପଦକ୍ଷେପ ନେବାକୁ ଯାଉଛି। ବର୍ଷକୁ ଦୁଇଟି ପର୍ଯ୍ୟାୟରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ସିବିଏସ୍‌ଇ ପକ୍ଷରୁ ବୁଧବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ସିବିଏସ୍‌ଇର ଏହି ନୂତନ ବ୍ୟବସ୍ଥା ୨୦୨୬-୨୭ ଶିକ୍ଷାବର୍ଷରୁ ଏକକାଳୀନ ଲାଗୁ କରାଯିବାର ଯୋଜନା ରହିଛି। ଏହାଦ୍ୱାରା ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ଉତ୍ତମ ପ୍ରଦର୍ଶନ କରିବାକୁ ସୁଯୋଗ ପାଇବେ ଓ ସେମାନଙ୍କ ଦକ୍ଷତାଭିତ୍ତିକ ମୂଲ୍ୟାଙ୍କନ ସମ୍ଭବ ହେବ ବୋଲି କୁହାଯାଇଛି। ଏଥିସହିତ ବିଦେଶରେ ଥିବା ୨୬୦ଟି ସ୍କୁଲ ନିମନ୍ତେ ସିବିଏସ୍‌ଇ ବୈଶ୍ୱିକ ପାଠ୍ୟକ୍ରମ ମଧ୍ୟ ଲାଗୁ କରିବ। ଏହି ନୂତନ ବ୍ୟବସ୍ଥା ଚାପମୁକ୍ତ ଶିକ୍ଷା ପରିବେଶ ସୃଷ୍ଟି ଦିଗରେ ଏକ ପ୍ରମୁଖ ପଦକ୍ଷେପ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଧର୍ମେନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷା ମନ୍ତ୍ରାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସିବିଏସ୍‌ଇ, ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି), କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍‌) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନ୍‌ଭିଏସ୍‌)ର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି କେତେକ ପ୍ରସ୍ତାବିତ ଯୋଜନା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଏହି ପ୍ରସ୍ତାବିତ ଯୋଜନା ସମ୍ବନ୍ଧରେ ୨୪ ତାରିଖ ସୋମବାର ଜନମତ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି।
ମନ୍ତ୍ରାଳୟର ଜଣେ ଅଧିକାରୀ କହିଛନ୍ତି ଯେ, ୱାନ୍‌-ଟାଇମ (ବର୍ଷକରେ ଥରେ) ବୋର୍ଡ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ଅତ୍ୟନ୍ତ ଚାପରେ ରହୁଛନ୍ତି। ଗୋଟିଏ ଥରରେ ସର୍ବାଧିକ ଅଙ୍କ ଲାଭ କରିବା ଜନିତ ପ୍ରବଳ ଚାପରୁ ଛାତ୍ରୀଛାତ୍ରଙ୍କୁ ମୁକ୍ତ କରି ସେମାନଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ନିମନ୍ତେ ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ବର୍ଷକୁ ଦୁଇଥରରେ କରାଇବାକୁ ନିଷ୍ପତ୍ତି ହୋଇଛି। ଏକାଧିକ ସୁଯୋଗ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ଅଧ୍ୟୟନର ଏକ ସୁବିଧାଜନକ ପରିବେଶ ପ୍ରଦାନ କରିବା ଏହି ପଦକ୍ଷେପର ମୂଳ ଉଦ୍ଦେଶ୍ୟ ରହିଛି। ପିଲାମାନେ ଅଧିକ ଅଙ୍କ ଲାଭ କରିବା ଆଶାରେ ବାରମ୍ବାର ପଢ଼ି ପାଠ ମୁଖସ୍ଥ କରିବା ପରିବର୍ତ୍ତେ ବିଷୟଗୁଡିକୁ ବୁଝିବା ପରେ ମନେ ରଖିବେ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିରେ ପାରମ୍ପରିକ ସାରାଂଶ ଭିତ୍ତିକ ମୂଲ୍ୟାଙ୍କନ ପରିବର୍ତ୍ତେ ଦକ୍ଷତା ଭିତ୍ତିକ ମୂଲ୍ୟାଙ୍କନକୁ ପ୍ରାଧାନ୍ୟ ପୂର୍ବକ ଗଠନମୂଳକ ଶିକ୍ଷା ଓ ଦକ୍ଷତା ବୃଦ୍ଧି ଉପରେ ଦୃଷ୍ଟିନିବଦ୍ଧ କରାଯାଇଛି। ବିଦ୍ୟାର୍ଥୀମାନେ ବୌଦ୍ଧିକ ବିକାଶର ଲକ୍ଷ୍ୟ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏକାଧିକଥର ପରୀକ୍ଷା ଦେବାର ସୁଯୋଗ ପ୍ରଦାନ ନେଇ ଆମେରିକାରେ ପ୍ରଚଳିତ ଏସ୍‌ଏଟି ବ୍ୟବସ୍ଥା ସହିତ ଏହି ବ୍ୟବସ୍ଥା ପ୍ରାୟ ସମାନ। ପରୀକ୍ଷା ଦେବାର ଏକାଧିକ ସୁଯୋଗ ମିଳିବା ଦ୍ୱାରା ବିଭିନ୍ନ ପୃଷ୍ଠଭୂମିରୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ନିଜର ଦକ୍ଷତା ପ୍ରମାଣିତ କରିବାର ଉଚିତ ସୁଯୋଗ ମିଳିପାରିବ। ଏହି ପ୍ରଗତିଶୀଳ ମଲ୍ୟାଙ୍କନ ମଡେଲର ସଫଳ ପ୍ରଣୟନ ନିମନ୍ତେ ସିବିଏସ୍‌ଇ ପକ୍ଷରୁ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri