ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି ଛାତ୍ରୀଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ପରୀକ୍ଷାରେ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଖରିଆରର ଛାତ୍ରୀ ଆରୁଷି ଶୁକ୍ଳା ୪୯୧ ମାର୍କ (୯୮.୨%) ସହ ଜିଲା ଟପ୍ପର ହୋଇଥିବାବେଳେ ଉକ୍ତ ବିଦ୍ୟାଳୟର ମଧୁସ୍ମିତା ମହାନ୍ତି ଓ ପ୍ରତୀକ୍ଷା କୁମ୍ଭାର ୪୮୭ ମାର୍କ (୯୭.୪%) ସହ ଯୁଗ୍ମ ଭାବେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ତରବୋଡର ସମୀକ୍ଷା ପି. ଶବର ୪୮୨ (୯୬.୩୩%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନେଗିପାଲିର ଯୋଗେଶ କେଉଟ ୪୮୨ (୯୬.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ବାଦିର ପ୍ରିୟାଂଶି ସାହୁ ୪୮୭ (୯୭.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଝିଗ୍ରାହୀ ପ୍ରାଚୀ ଜୈନ ୪୭୫ (୯୫%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଟିମନପୁରର କୁମକୁମ ତାଣ୍ଡି ୪୭୭ (୯୫.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେଶରାଜପୁରର ଶୁଭ୍ରାନ ଶେଖର ପଣ୍ଡା ୪୬୯ (୯୩.୮%) ଓ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ନୂଆପଡାର ପ୍ରେରଣା ସେଠ ୪୫୦ (୯୦%) ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ସମଗ୍ର ଶିକ୍ଷା ନୂଆପଡ଼ା ଆନୁକୂଲ୍ୟରେ ମୁଖ୍ୟାଳୟ କନଫରେନ୍ସ ହଲରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଛାତ୍ରୀଛାତ୍ର ନିଜ ସଫଳତାର ଯାତ୍ରା ବର୍ଣ୍ଣନା କରିବା ସହ ଶିକ୍ଷକମାନଙ୍କ ମାର୍ଗଦର୍ଶନ ଓ ଅଭିଭାବକଙ୍କ ପ୍ରେରଣା ସଫଳତାର ମୂଳମନ୍ତ୍ର ବୋଲି କହିଥିଲେ। ଏହି ଅବସରରେ ଜିଲାପାଳ କହିଥିଲେ ଏହି ସମ୍ବର୍ଦ୍ଧନା ସେମାନଙ୍କୁ ଆଗାମୀ ଦିନରେ ଆହୁରି ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଉତ୍ସାହିତ କରିବ। ଏହାସହି ଜିଲାରେ ଶିକ୍ଷାର ଗୁଣାତ୍ମକ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ବିଷୟରେ ଉଲ୍ଲେଖ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri