ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି ଛାତ୍ରୀଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ପରୀକ୍ଷାରେ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଖରିଆରର ଛାତ୍ରୀ ଆରୁଷି ଶୁକ୍ଳା ୪୯୧ ମାର୍କ (୯୮.୨%) ସହ ଜିଲା ଟପ୍ପର ହୋଇଥିବାବେଳେ ଉକ୍ତ ବିଦ୍ୟାଳୟର ମଧୁସ୍ମିତା ମହାନ୍ତି ଓ ପ୍ରତୀକ୍ଷା କୁମ୍ଭାର ୪୮୭ ମାର୍କ (୯୭.୪%) ସହ ଯୁଗ୍ମ ଭାବେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ତରବୋଡର ସମୀକ୍ଷା ପି. ଶବର ୪୮୨ (୯୬.୩୩%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ନେଗିପାଲିର ଯୋଗେଶ କେଉଟ ୪୮୨ (୯୬.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ବାଦିର ପ୍ରିୟାଂଶି ସାହୁ ୪୮୭ (୯୭.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଝିଗ୍ରାହୀ ପ୍ରାଚୀ ଜୈନ ୪୭୫ (୯୫%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଟିମନପୁରର କୁମକୁମ ତାଣ୍ଡି ୪୭୭ (୯୫.୪%), ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେଶରାଜପୁରର ଶୁଭ୍ରାନ ଶେଖର ପଣ୍ଡା ୪୬୯ (୯୩.୮%) ଓ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ନୂଆପଡାର ପ୍ରେରଣା ସେଠ ୪୫୦ (୯୦%) ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ସମଗ୍ର ଶିକ୍ଷା ନୂଆପଡ଼ା ଆନୁକୂଲ୍ୟରେ ମୁଖ୍ୟାଳୟ କନଫରେନ୍ସ ହଲରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଛାତ୍ରୀଛାତ୍ର ନିଜ ସଫଳତାର ଯାତ୍ରା ବର୍ଣ୍ଣନା କରିବା ସହ ଶିକ୍ଷକମାନଙ୍କ ମାର୍ଗଦର୍ଶନ ଓ ଅଭିଭାବକଙ୍କ ପ୍ରେରଣା ସଫଳତାର ମୂଳମନ୍ତ୍ର ବୋଲି କହିଥିଲେ। ଏହି ଅବସରରେ ଜିଲାପାଳ କହିଥିଲେ ଏହି ସମ୍ବର୍ଦ୍ଧନା ସେମାନଙ୍କୁ ଆଗାମୀ ଦିନରେ ଆହୁରି ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଉତ୍ସାହିତ କରିବ। ଏହାସହି ଜିଲାରେ ଶିକ୍ଷାର ଗୁଣାତ୍ମକ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ବିଷୟରେ ଉଲ୍ଲେଖ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?