Posted inଜାତୀୟ

ବୁଧବାରଠାରୁ ସିବିଏସଇ ଦ୍ୱାଦଶ-ଦଶମ ବୋର୍ଡ ପରୀକ୍ଷା…

ନୂଆଦିଲ୍ଲୀ,୧୪।୨ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଚଳିତ ବର୍ଷ ଫେବୃଆରୀ ୧୫ ବୁଧବାରଠାରୁ ଆରମ୍ଭ ହେବ। ବୋର୍ଡ ପରୀକ୍ଷା ୫ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ। ୩୮ ଲକ୍ଷ ୮୩ ହଜାର ୭୧୦ ଛାତ୍ରୀଛାତ୍ର ବୋର୍ଡ ପରୀକ୍ଷା ଦେବେ। ବୋର୍ଡ ପରୀକ୍ଷା ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ ଟା ୩୦ ପର୍ଯ୍ୟନ୍ତ କରାଯିବ।

୨୧ ଲକ୍ଷ ୮୬ ହଜାର ୯୪୦ ଛାତ୍ରୀଛାତ୍ର ଦଶମ ପରୀକ୍ଷା ଦେବେ। ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ୧୬ ଲକ୍ଷ ୯୬ ହଜାର ୭୭୦ ଛାତ୍ରୀଛାତ୍ର ଦେବେ। ଦେଶ ତଥା ବିଦେଶରେ ବୋର୍ଡ ପରୀକ୍ଷା ପାଇଁ ସିବିଏସଇ ଦ୍ୱାରା ୭ ହଜାର ୨୫୦ ରୁ ଅଧିକ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଦଶମ ଶ୍ରେଣୀ ପରୀକ୍ଷା ୧୬ ଦିନରେ ଶେଷ ହେବ। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଶେଷ ହେବାକୁ ୩୬ ଦିନ ଲାଗିବ ।

ବିଜ୍ଞପ୍ତି ଅନୁଯାୟୀ ୭୬ ଟି ବିଷୟ ପାଇଁ ଦଶମ ଶ୍ରେଣୀ ପରୀକ୍ଷା ଏବଂ ମୋଟ ୧୧୫ ଟି ବିଷୟ ପାଇଁ ଦ୍ୱାଦଶ ଶ୍ରେଣୀ ପରୀକ୍ଷା କରାଯିବ। ଦଶମ ଶ୍ରେଣୀ ପରୀକ୍ଷା ପାଇଁ ମୋଟ ୭୨୪୦ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ବୋଲି ବୋର୍ଡ କହିଛି। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ୬୭୫୯ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଛାତ୍ରଙ୍କ ସଂଖ୍ୟା ୧୨ ଲକ୍ଷ ୪୭ ହଜାର ୩୬୪ ଥିବାବେଳେ ଛାତ୍ରୀଙ୍କ ସଂଖ୍ୟା ୯ ଲକ୍ଷ ୩୮ ହଜାର ୫୬୬ ରହିଛି। ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଛାତ୍ରଙ୍କ ସଂଖ୍ୟା ୯ ଲକ୍ଷ ୫୧ ହଜାର ୩୩୨ ଥିବାବେଳେ ଛାତ୍ରୀଙ୍କ ସଂଖ୍ୟା ୭ ଲକ୍ଷ ୪୫ ହଜାର ୪୩୩ ରହିଛି।

ପରୀକ୍ଷାରେ ତୃତୀୟ ଲିଙ୍ଗଙ୍କ ସଂଖ୍ୟା ଦଶମ ଶ୍ରେଣୀ ପାଇଁ ୧୦ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri