Posted inଜାତୀୟ

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ଫଳାଫଳ: ୯୯.୩୭% ଉତ୍ତୀର୍ଣ୍ଣ

ନୂଆଦିଲ୍ଲୀ,୩୦।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପାଇଛି। ଏଥର ୯୯.୩୭ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୭ ପ୍ରତିଶତ ଛାତ୍ର ପାସ୍‌ କରିଛନ୍ତି। ଛାତ୍ରୀଛାତ୍ରମାନେ ସିବିଏସ୍‌ଇର ଅଫିସିଆଲ ୱେବସାଇଟ, cbseresults.nic.in ଏବଂ ଉମଙ୍ଗ ଆପ ମାଧ୍ୟମରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ। ଏହା ବ୍ୟତୀତ, ଛାତ୍ରମାନେ ମଧ୍ୟ ଏସଏମ୍‌ଏସ ମାଧ୍ୟମରେ ଦ୍ୱାଦଶ ଶ୍ରେଣୀ ଫଳାଫଳ ପାଇପାରିବେ। ସୂଚନାଯୋଗ୍ୟ ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ବର୍ଷ ଭଳି, ଏହି ବର୍ଷ ମଧ୍ୟ ବୋର୍ଡ ପ୍ରଥମେ ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିଛି। ଏହା ପରେ, ଏବେ ବୋର୍ଡ ଯେକୌଣସି ସମୟରେ ଏକାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri