CBSE Board Exam 2024: ଏହି ବର୍ଷ ୨ ଥର ବୋର୍ଡ ପରୀକ୍ଷା ଦେବେ ଦଶମ, ଦ୍ୱାଦଶ ଛାତ୍ରୀଛାତ୍ର, ଜାଣନ୍ତୁ ସମସ୍ତ ସୂଚନା…

ନୂଆଦିଲ୍ଲୀ,୧୦।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୫ ଫେବୃଆରୀ ୨୦୨୪ରୁ ଆରମ୍ଭ ହେଉଛି ଏବଂ ଏଥିପାଇଁ ବୋର୍ଡ ଆଡମିଟ କାର୍ଡ ଜାରି କରିଛି। ତେବେ ଏହି ବର୍ଷଠାରୁ ସିବିଏସଇ ବୋର୍ଡର ଛାତ୍ରୀଛାତ୍ରଙ୍କୁ ଦୁଇଥର ବୋର୍ଡ ପରୀକ୍ଷା ଦେବାକୁ ସୁଯୋଗ ମିଳିବ। ନିକଟରେ ବୋର୍ଡ ପରୀକ୍ଷାକୁ ନେଇ ଶିକ୍ଷା ମନ୍ତ୍ରଣାଳୟ ଏକ ବଡ ଘୋଷଣା କରିଥିଲା ଯେ ବର୍ତ୍ତମାନ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କରାଯିବ। ନୂତନ ଶିକ୍ଷା ନୀତି (ଏନ୍‌ଇପି) ଅନୁଯାୟୀ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ହେତୁ ଏହା କରାଯାଇଛି। ଏହି ଅନୁଯାୟୀ, ଚଳିତ ବର୍ଷଠାରୁ ଦଶମ ଏବଂ ଦ୍ୱାଦଶ ସିବିଏସଇ ବୋର୍ଡର ଛାତ୍ରୀଛାତ୍ର ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଦେବେ। ପ୍ରଥମ ଥର ନଭେମ୍ବର-ଡିସେମ୍ବର ୨୦୨୪ ରେ ଏବଂ ଦ୍ୱିତୀୟ ଥର ଫେବୃଆରୀ-ମାର୍ଚ୍ଚରେ ପରୀକ୍ଷା କରାଯିବ ବୋଲି ଆଶା କରାଯାଉଛି। ତେବେ ଏ ବାବଦରେ ସିବିଏସଇ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ଦିଆଯାଇ ନାହିଁ। ଗତ ବର୍ଷ ଏନସିଏଫ ଅଧୀନରେ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଘୋଷଣା କରିଥିଲା। ଏହି ଢାଞ୍ଚା ପରୀକ୍ଷା ଛାତ୍ରୀଛାତ୍ରଙ୍କ ପାସହାର ପ୍ରତିଶତ ବୃଦ୍ଧି ଲକ୍ଷ୍ୟରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri