Categories: ଜାତୀୟ

ଆଜି ଅପରାହ୍ନ ୨ଟାରେ ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ଫଳାଫଳ

ନୂଆଦିଲ୍ଲୀ,୩୦।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡିଛି। ଅପରାହ୍ନ ୨ ଟାରେ ଛାତ୍ରୀଛାତ୍ରମାନେ ସିବିଏସ୍‌ଇର ଅଫିସିଆଲ ୱେବସାଇଟ, cbseresults.nic.in ଏବଂ ଉମଙ୍ଗ ଆପ ମାଧ୍ୟମରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ। ଏହା ବ୍ୟତୀତ, ଛାତ୍ରମାନେ ମଧ୍ୟ ଏସଏମ୍‌ଏସ ମାଧ୍ୟମରେ ଦ୍ୱାଦଶ ଶ୍ରେଣୀ ଫଳାଫଳ ପାଇପାରିବେ। ସୂଚନାଯୋଗ୍ୟ ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗତ ବର୍ଷ ଭଳି, ଏହି ବର୍ଷ ମଧ୍ୟ ବୋର୍ଡ ପ୍ରଥମେ ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରୁଛି । ଏହା ପରେ, ଏବେ ବୋର୍ଡ ଯେକୌଣି ସମୟରେ ଏକାଦଶ ଶ୍ରେଣୀର ଫଳାଫଳ ପ୍ରକାଶ କରିପାରେ।

Share