CBSE Board Exam: ବର୍ଷରେ ୨ ଥର ହେବ ସିବିଏସଇ ବୋର୍ଡ ପରୀକ୍ଷା, କ’ଣ ରହିଛି ନିୟମ ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧ : ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ସିବିଏସଇ ବୋର୍ଡ ପରୀକ୍ଷା ବର୍ତ୍ତମାନ ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ବୋର୍ଡ ଏଥିପାଇଁ ନୂଆ ନିୟମ ଆଣିଛି। ୨୦୨୪-୨୫ ବର୍ଷର ଛାତ୍ରୀଛାତ୍ରମାନଙ୍କୁ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ପାଇଁ ହାଜର ହେବାକୁ ପଡିବ । ଏହି ବର୍ଷଠାରୁ ସିବିଏସଇର ନୂତନ ନିୟମ କାର୍ଯ୍ୟକାରୀ ହେବ। କୁହାଯାଉଛି ଛାତ୍ରୀଛାତ୍ରଙ୍କ ଚାପ କମାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ସାମ୍ପ୍ରତିକ ସମୟରେ, ପରୀକ୍ଷା ଟେନସନ ଯୋଗୁଁ ବହୁ ସଂଖ୍ୟକ ଛାତ୍ରୀଛାତ୍ର ଆତ୍ମହତ୍ୟା କରୁଛନ୍ତି। ଛାତ୍ରୀଛାତ୍ରମାନେ ଏହି ବିକଳ୍ପ ଚୟନ ପାରିବେ। ଦୁଇଥର ପରୀକ୍ଷାର ଉନ୍ନତ ପ୍ରଦର୍ଶନର ସ୍କୋରକୁ ଚୂଡାନ୍ତ ଭାବେ ବିବେଚନା କରାଯିବ ।

ଏକ ସାକ୍ଷାତକାରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ୨୦୨୪-୨୫ଶିକ୍ଷାବର୍ଷରୁ ବର୍ଷକୁ ଦୁଇଥର ବୋର୍ଡ ଫର୍ମାଟ ଆରମ୍ଭ ହେବ। ଏହାର ଅର୍ଥ ହେଉଛି ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ୨୦୨୫ର ବୋର୍ଡ ପରୀକ୍ଷଣରୁ ଏହା ଗ୍ରହଣ କରାଯିବ। ଏହା ବର୍ତ୍ତମାନର ଶ୍ରେଣୀ ନବମ ଓ ଏକାଦଶ ଛାତ୍ରୀଛାତ୍ରମାନଙ୍କ ପାଇଁ ପ୍ରଭାବଶାଳୀ ହେବ। ଏହା ପୂର୍ବରୁ ଅକ୍ଟୋବର ୨୦୨୩ ରେ ସେ ମଧ୍ୟ ୨୦୨୪ ଠାରୁ ଦୁଇଥର ବୋର୍ଡ ପରୀକ୍ଷା କରିବା ବିଷୟରେ କହିଥିଲେ।

ତେବେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷାର ନୂତନ ବ୍ୟବସ୍ଥା ବାଧ୍ୟତାମୂଳକ ହେବ ନାହିଁ। ଏହି ନୂତନ ବ୍ୟବସ୍ଥାର ଉଦ୍ଦେଶ୍ୟ ହେଉଛି ଛାତ୍ରୀଛାତ୍ରଙ୍କ ଉପରେ ପରୀକ୍ଷା ଚାପ କମାଇବା। ବହୁ ଛାତ୍ରୀଛାତ୍ର ଭୟ କରନ୍ତି ସେମାନଙ୍କର ପରୀକ୍ଷାରେ କେବଳ ଗୋଟିଏ ସୁଯୋଗ ଅଛି ।ଯଦି ଜଣେ ଛାତ୍ରୀଛାତ୍ର ପ୍ରସ୍ତୁତ ହୋଇ ପରୀକ୍ଷାର ଗୋଟିଏ ସେଟତରେ ମିଳିଥିବା ମାର୍କ ଉପରେ ସନ୍ତୁଷ୍ଟ, ତେବେ ସେ ପରବର୍ତ୍ତୀ ପରୀକ୍ଷାରେ ନ ଦେବାକୁ ଚୟନ କରି ପାରିବେ।

ଶିକ୍ଷା ମନ୍ତ୍ରଣାଳୟର ସୂତ୍ରରୁ ଉଦ୍ଧୃତ ହୋଇ କୁହାଯାଇଛି ୨୦୨୫ ବୋର୍ଡର ପ୍ରଥମ ପରୀକ୍ଷା ନଭେମ୍ବର-ଡିସେମ୍ବର ୨୦୨୪ ରେ ହେବାର ସମ୍ଭାବନା ରହିଛି। ଦ୍ୱିତୀୟ ପରୀକ୍ଷା ଫେବୃଆରୀ-ମାର୍ଚ୍ଚ ୨୦୨୫ରେ ହୋଇପାରେ। ଉଭୟ ପରୀକ୍ଷାର ଶ୍ରେଷ୍ଠ ସ୍କୋର ନେଇ ମେରିଟ ତାଲିକା ପ୍ରସ୍ତୁତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri