Posted inଜାତୀୟ

ସିବିଏସ୍‌ଇ ୧୦ମ ଶ୍ରେଣୀ: ୯୫% ନମ୍ବର ରଖିଲେ ଏସିଡ୍‌ ପୀଡ଼ିତା କାଫି

ଚଣ୍ଡିଗଡ଼, ୧୫।୫: ଚଣ୍ଡିଗଡର ଦୃଷ୍ଟିବାଧିତା କାଫି ସିବିଏସ୍‌ଇ ୧୦ମ ଶ୍ରେଣୀ ପରୀକ୍ଷାରେ ୯୫.୨% ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି। କାଫି ଏବେ ପାଲଟିଛନ୍ତି ଅନେକ ପିଲାଙ୍କ ପାଇଁ ପ୍ରେରଣା। ରେଜଲ୍ଟକୁ ନେଇ କାଫିଙ୍କ ସମେତ ତାଙ୍କ ପରିବାର ବେଶ୍‌ ଖୁସି ଅଛନ୍ତି। ଏହାର ଶ୍ରେୟ କାଫି ତାଙ୍କ ସ୍କୁଲ ଶିକ୍ଷକ ଏବଂ ଅଭିଭାବକଙ୍କୁ ଦେଇଛନ୍ତି। କାଫି(୧୬) ଙ୍କୁ ଯେତେେବେଳ ୩ ବର୍ଷ ହୋଇଥିଲା, ସେ ସମୟରେ ଜଣେ ପଡ଼ୋଶୀ ତାଙ୍କ ଉପରକୁ ଏସିଡ୍‌ ମାଡ଼ କରିଥିଲେ। ଫଳରେ ତାଙ୍କ ମୁହିଁଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ଆକ୍ରମଣ ପରେ ୬ ବର୍ଷ ତାଙ୍କୁ ହସ୍ପିଟାଲରେ ଚିକିତ୍ସିତ ହେବାକୁ ପଡ଼ିଥିଲା। ପିଲାବେଳୁ ପାଠପଢ଼ାରେ ତାଙ୍କ ଖୁବ୍‌ ଆଗ୍ରହ ଥିଲା। ଦୃଷ୍ଟିଶକ୍ତି ହରାଇବା ପରେ ବର୍ଲି ସ୍କ୍ରିପ୍ଟ ଜରିଆରେ ସେ ପାଠପଢ଼ା ଆରମ୍ଭ କଲେ। ଭବିଷ୍ୟତରେ କାଫି ଜଣେ ଆଇପିଏସ୍‌ ହେବାକୁ ଲକ୍ଷ୍ୟ ରଖିଛନ୍ତି। ପାଠ ପଢ଼ା କ୍ଷେତ୍ରରେ ସେ ଯାହା କରିବାକୁ ଚାହିଁବେ ସେ ନେଇ କାଫିଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି ବାପା ପଓ୍ବନ କହିଛନ୍ତି। ପଓ୍ବନ ହରିୟାଣା ସଚିବାଳୟରେ ପିଅନ ଭାବେ କାର୍ଯ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭ା୧୨ (ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri