୨୪ରୁ ସିବିଏସ୍‌ଇ ଇଷ୍ଟ ଜୋନ୍‌ ତୀରନ୍ଦାଜ ପ୍ରତିଯୋଗିତା: ଭାଗ ନେବେ ୧୧ ରାଜ୍ୟର ପ୍ରତିଯୋଗୀ

ଭବାନୀପାଟଣା,୨୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଆସନ୍ତା ୨୪ ଜୁଲାଇରୁ ସିବିଏସ୍‌ଇ ଫାର୍‌ ଇଷ୍ଟ ଜୋନ୍‌ ତୀରନ୍ଦାଜ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏ ନେଇ ସୋମବାର ବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଆସନ୍ତା ୨୪ ଜୁଲାଇରୁ ୨୬ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା
ଆୟୋଜିତ ହେବାକୁ ଥିଲେ ଏଥିରେ ୧୧ଟି ରାଜ୍ୟର ସିବିଏସ୍‌ଇ ଅନୁବନ୍ଧିତ ବିଦ୍ୟାଳୟରୁ ୨୫୦ରୁ ଅଧିକ ପ୍ରତିଭାବାନ ବାଳକ ଓ ବାଳିକା ଅଂଶଗ୍ରହଣ କରିବେ।

ଏହି ପ୍ରତିଯୋଗିତାଟି ଅଣ୍ଡର-୧୪, ଅଣ୍ଡର-୧୭ ଓ ଅଣ୍ଡର-୧୯ ବର୍ଗରେ ଅନୁଷ୍ଠିତ ହେବ। ବିକାଶ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତା କଳାହାଣ୍ଡି ଜିଲାରେ ପ୍ରଥମ ଥର ହେଉଥିବାବେଳେ ଏହା ସମଗ୍ର ଜିଲା ପାଇଁ ଗୌରବର ବିଷୟ ରହିଛି। ସେହିପରି ଏହି ପ୍ରତିଯୋଗିତା କେବଳ କ୍ରୀଡ଼ା ପ୍ରତିଭାର ପ୍ରଦର୍ଶନ ନୁହେଁ, ବରଂ ଶୃଙ୍ଖଳା, ଏକାଗ୍ରତା, ର୍ଧଯ୍ୟ, କ୍ରୀଡ଼ାସୁଲଭ ମନୋଭାବ ଓ ଭାଇଚାରାର ଏକ ଅନନ୍ୟ ମିଳନ ଉତ୍ସବ ହେବ। ସମଗ୍ର ପ୍ରତିଯୋଗିତା ସିବିଏସଇ ଦାରା ନିର୍ଦ୍ଧାରିତ ସମସ୍ତ ନିୟମାବଳୀ ଓ ମାର୍ଗଦର୍ଶିକା ଅନୁସାରେ ସୂଚାରୁ ରୂପେ ପରିଚାଳିତ ହେବ। ଖେଳାଳିମାନଙ୍କ ସୁରକ୍ଷା, ସୁବିଧା ଓ ସଚ୍ଛ ପ୍ରତିଯୋଗିତା ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ପ୍ରତିଯୋଗିତାରେ ସୁପରିଚାଳନା ପାଇଁ ଓଡ଼ିଶା ଆର୍ଚେରୀ ଆସୋସିଏଶନ ୮ ଜଣ ଅଭିଜ୍ଞ ଅଧିକାରୀ ଓ ୧୦ ଜଣ ସ୍ବେଚ୍ଛାସେବକ ସହଯୋଗ ପ୍ରଦାନ କରିବେ।
ଏହି ଜାତୀୟ ସ୍ତରର ଜୋନାଲ ପ୍ରତିଯୋଗିତା ମାଧ୍ୟମରେ ଯୁବ ତୀରନ୍ଦାଜମାନେ ନିଜ ପ୍ରତିଭାର ବିକାଶ ସହିତ ଭବିଷ୍ୟତରେ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିବାର ପ୍ରେରଣା ଲାଭ କରିବେ ବୋଲି ବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଖବରଦାତା ସମ୍ମିଳନୀରେ ଅନୁଷ୍ଠାନର ଚେୟାରମେନ ଡି.ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଡି.ରାମ, ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା, ଅଧ୍ୟକ୍ଷ ତଥା ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିତ୍‌ ଦତ୍ତ, ପ୍ରବନ୍ଧକ ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri