ଆଜିଠୁ ସିବିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର, ୨୬।୪ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦେଶରେ ପ୍ରାୟ ୩୫ ଲକ୍ଷ ପିଲା ପରୀକ୍ଷା ଦେବେ। ଦଶମ ଶ୍ରେଣୀରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ପିଲା ପରୀକ୍ଷା ଦେବାକୁ ଥିବାବେଳେ ଏଥିପାଇଁ ୭,୪୦୬ ପରୀକ୍ଷା କେନ୍ଦ୍ର କରାଯାଇଛି। ସେହିପରି ଦ୍ୱାଦଶରେ ପ୍ରାୟ ୧୪ଲକ୍ଷରୁ ଊର୍ଦ୍ଧ୍ୱ ପିଲା ୬,୭୨୦ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ। ପରୀକ୍ଷା ପୂର୍ବାହ୍ନ ସାଢ଼େ ୧୦ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ୧୦ଟା ପୂର୍ବରୁ ପିଲାମାନେ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବା ଦରକାର। ଏହାପରେ ଆଉ କାହାକୁ ଅନୁମତି ମିଳିବ ନାହିଁ। ୧୦ଟା ୧୫ରେ ପିଲାଙ୍କୁ ପ୍ରଶ୍ନପତ୍ର ମିଳିବ ଓ ପଢ଼ିବାକୁ ୧୫ ମିନିଟ୍‌ ସମୟ ଦିଆଯିବ। ତେବେ କରୋନା ନିୟମକୁ ପାଳନ କରାଯାଇ ପରୀକ୍ଷା କରିବା ପାଇଁ ପୂର୍ବରୁ ସିବିଏସ୍‌ଇ ନିର୍ଦ୍ଦେଶ ଦେଇଥିଲା। ଏଥିପାଇଁ ସବୁ ସ୍କୁଲରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଇନ୍‌ଫ୍ରାରେଡ୍‌ ଥର୍ମୋମିଟର ପାଇଁ ବୋର୍ଡ ପକ୍ଷରୁ ପ୍ରତି ସ୍କୁଲକୁ ୫ହଜାର ଲେଖାଏ ଏବଂ ପରିଚ୍ଛନ୍ନତା, ସାନିଟାଇଜର, ମାସ୍କ ପାଇଁ ଦିନକୁ ପ୍ରତି ପିଲାଙ୍କ ପିଛା ୫ଟଙ୍କା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri