ସିବିଏସଇ ପରୀକ୍ଷା ଫଳ: ଦ୍ୱାଦଶରେ ପି. ସମୀକ୍ଷା, ଦଶମରେ ଉଷାରାଣୀ ଟପ୍ପର

ରାଇକିଆ,୧୪/୫(ପ୍ରଦୀପ ବେହେରା):ସିବିଏସଇ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକରେ ଦୁଇଟି ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦାରା ପରିଚାଳିତ ଦଶମ ଏବଂ ଦାଦଶ ପରୀକ୍ଷା ଦେଇଥିଲେ । ଓଡିଶା ଆଦର୍ଶ ବିଦ୍ୟାଳୟ ରାଇକିଆରୁ ଦ୍ୱାଦଶ ପରୀକ୍ଷାରେ ମୋଟ ୬୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇ ଦେଇଥିଲେ। ସେଥିମଧ୍ୟରୁ ୪୭ ଜଣ ପାସ ହେବା ସହ ବିଦ୍ୟାଳୟର ପାସହାର ହାର ୭୦.୧୪ ପ୍ରତି ରହିଅଛି । ଦ୍ୱାଦଶରେ ପି. ସମୀକ୍ଷା ୭୭.୦୪ ପ୍ରତିଶତ ରଖି ବିଦ୍ୟାଳୟ ସହ ରାଇକିଆ ବ୍ଲକ ବ୍ଲକ ଟପ୍ପର ହୋଇ ହୋଇଛନ୍ତି ।

ସେହିପରି ଦଶମ ପରୀକ୍ଷାରେ ମୋଟ ୭୩ଜଣଙ୍କ ମଧ୍ୟରୁ ୬୭ ଜଣ ପାସ ହେବା ସହ ପାସ ହାର ୯୧.୭୩ ପ୍ରତିଶତ ରହିଛି। ଦଶମ ପରୀକ୍ଷାରେ ଉଷାରାଣୀ ଶତପଥୀ ମୋଟ ୯୬.୨୦ ପ୍ରତିଶତ ରଖ ବିଦ୍ୟାଳୟ ସହ ରାଇକିଆ ବ୍ଲକ ଟପ୍ପର ହୋଇଛନ୍ତି। ସେହିପରି କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ ରାଇକିଆରୁ ମୋଟ ୫୧ ଜଣ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ସମସ୍ତ ୫୧ ଜଣ ପାସ ହୋଇଛନ୍ତି। ବିଦ୍ୟାଳୟର ପାସହାର ୧୦୦ ପ୍ରତିଶତ ରହିଅଛି । ବିଦ୍ୟାଳୟରୁ ଦିବ୍ୟରଞ୍ଜନ ପ୍ରଧାନ ୮୬.୦୨ ପ୍ରତିଶତ ରଖ ବିଦ୍ୟାଳୟ ଟପର ହୋଇଛନ୍ତି। ନିଜର ସଫଳତା ପାଇଁ ଛାତ୍ରୀଛାତ୍ରମାନେ ମାତାପିତାଙ୍କ ସହ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକମାନଙ୍କୁ ଶ୍ରେୟ ଦେଇଛନ୍ତି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri