ଅଫ୍‌ଲାଇନରେ ହେବ ସିବିଏସ୍‌ଇ ପରୀକ୍ଷା: ଏପ୍ରିଲ ୨୬ରୁ ଦଶମ, ଦ୍ୱାଦଶ ଟର୍ମ-୨ ଆରମ୍ଭ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ ମୋଡ୍‌ରେ ହେବ। ଏପ୍ରିଲ ୨୬ ତାରିଖରୁ ଉଭୟ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା କାର୍ଯ୍ୟସୂଚୀ ଖୁବ୍‌ଶୀଘ୍ର ବୋର୍ଡର ଓ୍ବେବ୍‌ସାଇଟ୍‌ www.cbse.nic.inରେ ପ୍ରକାଶ ପାଇବ। ଏ ନେଇ ବୁଧବାର ବୋର୍ଡ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଓ ବିଭିନ୍ନ ଷ୍ଟେକ୍‌ହୋଲ୍ଡରଙ୍କ ସହ ଆଲୋଚନା ପରେ ଟର୍ମ-୨ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ରେ କରିବା ପାଇଁ ନିଷ୍ପତ୍ତି ହୋଇଥିବା ସିବିଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ସଂୟମ ଭରଦ୍ୱାଜ କହିଛନ୍ତି। ଟର୍ମ-୧ରେ ଚଏସ୍‌ ପ୍ରଶ୍ନର ଉତ୍ତର ଦେଇଥିଲେ। କିନ୍ତୁ ଟର୍ମ-୨ରେ ପିଲାମାନେ ଉଭୟ ଅବ୍‌ଜେକ୍ଟିଭ୍‌ ଓ ସବ୍‌ଜେକ୍ଟିଭ୍‌ ପ୍ରଶ୍ନର ଉତ୍ତର ଦେବେ। ପ୍ରଶ୍ନପତ୍ରର ନମୁନା ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।

ସୂଚନାଯୋଗ୍ୟ, କରୋନା ପାଇଁ ପ୍ରଥମଥର ୨୦୨୧-୨୨ ଶିକ୍ଷାବର୍ଷ ନିମନ୍ତେ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଦୁଇଟି ଲେଖାଏ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲା। ଟର୍ମ-୧ ବୋର୍ଡ ପରୀକ୍ଷା ନଭେମ୍ବର-ଡିସେମ୍ବରରେ ହୋଇଥିଲା। ଏ ପର୍ଯ୍ୟନ୍ତ ତା’ର ଫଳାଫଳ ପ୍ରକାଶ ପାଇନାହିଁ। ଟର୍ମ-୨ର ଥିଓରୀ ପରୀକ୍ଷା ଏପ୍ରିଲ ୨୬ ତାରିଖରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri