ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ ଭିତ୍ତିଭୂମି ରହିଥିବାରୁ ଏହି ଅନୁମତି ମିଳିଥିବା ନେଇ ବିଦ୍ୟାଳୟର ଅଧକ୍ଷା ତପସ୍ବିନୀ ମହାପାତ୍ର ପ୍ରକାଶ କରିଛନ୍ତି। ବିଦ୍ୟାଳୟକୁ ଏହି ଅନୁମତି ପ୍ରମାଣପତ୍ର ମିଳିବା ପରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି। ବିଶେଷକରି ବିଦ୍ୟାଳୟର ପଠନ କକ୍ଷ, ଅଗ୍ନି ନିର୍ବାପକ ବ୍ୟବସ୍ଥା, କମ୍ପ୍ୟୁଟର ଲ୍ୟାବ୍‌, କମ୍ପୋଜିଟ ଲ୍ୟାବ୍‌, ଖେଳ ପଡ଼ିଆ ସହ ବିଦ୍ୟାଳୟରେ କାର୍ଯ୍ୟରତ ୪୫ ଜଣଶିକ୍ଷୟିତ୍ରୀ-ଶିକ୍ଷକଙ୍କ ଶିକ୍ଷାଗତ ଯୋଗ୍ୟତା ଓ ପାଠଦାନର ଗୁଣାତ୍ମକ ମାନକୁ ଆଧାର କରି ସିବିଏସ୍‌ଇ ପକ୍ଷରୁ ଅନୁଧ୍ୟାନ କରାଯାଇଥିଲା। ଗତ ଜାନୁଆରୀ ୧୬ ତାରିଖରେ ସିବିଏସ୍‌ଇରୁ ଆସିଥିବା ଦୁଇଜଣିଆ ପ୍ରତିନିଧି ଦଳ ବିଦ୍ୟାଳୟର ବିଭିନ୍ନ ବ୍ୟବସ୍ଥା ପରିଦର୍ଶନ କରିଥିଲେ।
ପରେ ଅନୁଧ୍ୟାନ ରିପୋର୍ଟ ଆଧାରରେ ଚଳିତ ଶିକ୍ଷାବର୍ଷଠାରୁ ଯୁକ୍ତ୨ ଶ୍ରେଣୀ ଆରମ୍ଭ କରିବା ପାଇଁ ସିବିଏସ୍‌ଇ ପକ୍ଷରୁ ଅନୁମତିପତ୍ର ସଂଖ୍ୟା ୧୫୩୦୪୦୭୨୦୨୬ ଜାରି କରାଯାଇଛି। ଏହି ଅନୁମତି ଆଗାମୀ ୫ ବର୍ଷ, ଅର୍ଥାତ୍‌ ୨୦୩୧ ମସିହା ପର୍ଯ୍ୟନ୍ତ ବୈଧ ରହିବ। ପୂର୍ବରୁ ଏହି ବିଦ୍ୟାଳୟକୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ପାଇଁ ମଧ୍ୟ ସିବିଏସ୍‌ଇ ଅନୁମତି ପ୍ରଦାନ କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri