ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା କାର୍ଯ୍ୟସୂଚୀ ଘୋଷିତ

ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ତାରିଖରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ସିବିଏସ୍‌ଇ ଦଶମ ପରୀକ୍ଷା ମେ ୪ରୁ ଜୁନ୍‌ ୭ତାରିଖ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ରଙ୍କୁ ପୂର୍ବାହ୍ନ ୧୦ଟା ପୂର୍ବରୁ ପରୀକ୍ଷା ହଲ୍‌ରେ ପହଞ୍ଚତ୍ବାକୁ ପଡ଼ିବ। ୧୦ଟାରେ ଉତ୍ତର ଖାତା ଓ ୧୦ଟା ୧୫ରେ ପ୍ରଶ୍ନପତ୍ର ଦିଆଯିବ। ପ୍ରଶ୍ନ ପଢ଼ିବା ପାଇଁ ୧୫ମିନିଟ୍‌ ସମୟ ମିଳିବ। ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ। ସେହିଭଳି ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଜୁନ୍‌ ୧୧ ତାରିଖରେ ଶେଷ ହେବ। ଦ୍ୱାଦଶ ପରୀକ୍ଷା ଦୁଇଟି ଶିଫ୍ଟରେ ଅନୁଷ୍ଠିତ ହେବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ଟା ୩୦ ପର୍ଯ୍ୟନ୍ତ ହେବ। ଏଥିପାଇଁ ଛାତ୍ରୀଛାତ୍ରମାନେ ୧୦ଟା ପୂର୍ବରୁ ପରୀକ୍ଷା ହଲ୍‌ରେ ପହଞ୍ଚିବେ। ୧୦ଟା ୧୫ରେ ପ୍ରଶ୍ନପତ୍ର ଦିଆଯିବ ଏବଂ ୧୦ଟା ୩୦ରେ ପରୀକ୍ଷା ଆରମ୍ଭ ହେବ। ସେହିପରି ଦ୍ୱିତୀୟ ଶିଫ୍ଟ ଅପରାହ୍ନ ୨ଟା ୩୦ରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ୩୦ରେ ଶେଷ ହେବ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ଅପରାହ୍ନ ୨ଟା ସୁଦ୍ଧା ପରୀକ୍ଷା ହଲ୍‌ରେ ପହଞ୍ଚତ୍ବାକୁ ପଡ଼ିବ। ଅପରାହ୍ନ ୨ଟା ୧୫ରେ ପ୍ରଶ୍ନପତ୍ର ଦିଆଯିବ ଏବଂ ୨ଟା ୩୦ରେ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ସମ୍ପର୍କରେ ଅଧିକ ସୂଚନା ସିବିଏସ୍‌ଇର www.cbse.nic.inରେ ଉପଲବ୍ଧ ରହିଛି। ଛାତ୍ରୀଛାତ୍ରମାନେ ଏହି ଓ୍ବେବ୍‌ସାଇଟ୍‌କୁ ଯାଇ ସମସ୍ତ ତଥ୍ୟ ପାଇପାରିବେ ବୋଲି ସିବିଏସ୍‌ଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri