Posted inଜାତୀୟ

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଜୁଲାଇ ୧ରୁ ୩ ଭାଷା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ସିବିଏସ୍‌ଇ ସ୍ବୀକୃତିପ୍ରାପ୍ତ ସ୍କୁଲ୍‌ ପାଠ୍ୟକ୍ରମରେ ୩ ଭାଷା ରହିବ। ତେବେ ତୃତୀୟ ଭାଷା ପାଇଁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ହେବ ନାହିଁ। ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ ଏବଂ ସ୍କୁଲ୍‌ ଶିକ୍ଷା ପାଇଁ ଜାତୀୟ ପାଠ୍ୟକ୍ରମ ଯୋଜନା ୨୦୨୩ ସହ ସଂଶୋଧିତ ଢାଞ୍ଚାକୁ ସମତୁଲ କରାଯାଇଛି।

ପୂର୍ବରୁ ସିବିଏସ୍‌ଇ ପାଠ୍ୟକ୍ରର୍ମରେ କୁହାଯାଇଥିଲା ଷଷ୍ଠ ଶ୍ରେଣୀରୁ ତ୍ରିଭାଷୀ ସୂତ୍ର ଲାଗୁହେବ ଏବଂ ୨୦୩୦-୩୧ ସୁଦ୍ଧା ଏହା ଦଶମ ଶ୍ରେଣୀରେ ପହଞ୍ଚିବ। ମେ’ ୧୫ରେ ପ୍ରକାଶିତ ନୂଆ ସର୍କୁଲାରରେ ଉକ୍ତ ମୌଳିକ ଢାଞ୍ଚାରେ ପରିବର୍ତ୍ତନ ହୋଇ ନ ଥିବାବେଳେ ନବମ ଓ ଦଶମ ଶ୍ରେଣୀ ପାଇଁ ସମୟସୀମା ଓ ନିୟମାବଳୀ ସ୍ଥିର କରାଯାଇଛି।

ଆଗାମୀ ଜୁଲାଇ ୧ରୁ ନବମ ଶ୍ରେଣୀ ପାଠ୍ୟକ୍ରମରେ ୩ ଭାଷାକୁ ବାଧ୍ୟତାମୂଳକ କରାଯାଇଛି। ସଂଶୋଧିତ ବ୍ୟବସ୍ଥାରେ ଛାତ୍ରୀଛାତ୍ର ଆର୍‌୧, ଆର୍‌୧ ଏବଂ ଆର୍‌୩ରେ ୩ଟି ଭାଷା ପଢ଼ିବେ। ସେଥିମଧ୍ୟରୁ ଅନୂ୍ୟନ ୨ଟି ଭାରତୀୟ ଭାଷା ରହିବା ବାଧ୍ୟତାମୂଳକ। ଯଦି ପିଲା ୨ଟି ଭାରତୀୟ ଭାଷାକୁ ଚୟନ କରିଥିବେ, ତେବେ ସେମାନେ ତୃତୀୟ ବିକଳ୍ପ ଭାବେ ବିଦେଶୀ ଭାଷା ବାଛିପାରିବେ। ତୃତୀୟ ଭାଷା ଭାବେ ଆଞ୍ଚଳିକ ଭାଷାଗୁଡିକର ତାଲିକାରେ ‘ଓଡ଼ିଆ’ ସହିତ ମୋଟ ୧୯ଟି ଭାଷାକୁ ସ୍ଥାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି , କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri