ଦ୍ୱାଦଶ ପରୀକ୍ଷା ବିକଳ୍ପ ବିଚାର କରୁଛି ସିବିଏସ୍‌ଇ

ନୂଆଦିଲ୍ଲୀ, ୩୧।୫: ଦେଶରେ କରୋନା ସ୍ଥିତିକୁ ନଜରରେ ରଖି ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ବିଭିନ୍ନ ବିକଳ୍ପକୁ ନେଇ ବିଚାର କରୁଛନ୍ତି। ଯଦି ପରୀକ୍ଷା ବାତିଲ ହୁଏ ତେବେ ନବମ, ଦଶମ ଓ ଏକାଦଶ ଶ୍ରେଣୀର ଫଳ ଆଧାରରେ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ମାର୍କ ଦେବା ଲାଗି ପ୍ରସ୍ତାବ ରହିଛି। ଅଧିକାଂଶ ରାଜ୍ୟ ପରୀକ୍ଷାକୁ ସଂକ୍ଷିପ୍ତ କରିବା ସପକ୍ଷରେ ମତ ଦେଇଥିବାବେଳେ ଅନ୍ୟ କେତେକ ରାଜ୍ୟ ଏଥିରେ ରାଜି ନାହାନ୍ତି। ସମସ୍ତ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କୁ କୋଭିଡ୍‌ ଟିକା ଦେବା ପରେ ପରୀକ୍ଷା କରାଇବାକୁ ଅନ୍ୟ କେତେକ ଦାବି କରିଛନ୍ତି। ତେବେ ପରୀକ୍ଷା ସମ୍ପୂର୍ଣ୍ଣ ବାତିଲ କରିବା ପାଇଁ ଛାତ୍ରୀଛାତ୍ର ଅଦାଲତର ଆଶ୍ରୟ ନେଇଥିବାବେଳେ ଟୁଇଟର ଆଦି ସୋସିଆଲ ମିଡିଆରେ ମତ ରଖୁଛନ୍ତି।
ଗତ ୨୧ ତାରିଖରେ ଶିକ୍ଷା ମନ୍ତ୍ରଣାଳୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ବରିଷ୍ଠ ଅଧିକାରୀମାନଙ୍କ ସହ ବୈଠକ କରିଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଓ ସଚିବମାନଙ୍କର ଉଚ୍ଚସ୍ତରୀୟ ବୈଠକ ୨୩ରେ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଅଧ୍ୟକ୍ଷତା କରିଥିଲେ। କେବଳ ୧୯ ମୁଖ୍ୟ ବିଷୟ ଉପରେ ପରୀକ୍ଷା କରାଇବା ଏବଂ କମ୍‌ ସମୟ ମଧ୍ୟରେ ସଂକ୍ଷିପ୍ତ ଉତ୍ତରମୂଳକ ପରୀକ୍ଷା କରାଇବା ପାଇଁ ସିବିଏସ୍‌ଇ ପ୍ରସ୍ତାବ ଦେଇଥିଲା। ରାଜ୍ୟଗୁଡ଼ିକଠାରୁ ମେ’ ୨୫ ମଧ୍ୟରେ ମତାମତ ଲୋଡ଼ାଯାଇଥିଲା।

ଆଜି ସୁପ୍ରିମକୋର୍ଟରେ ଶୁଣାଣି
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନସିଲ୍‌ ଫର୍‌ ଇଣ୍ଡିଆନ ସ୍କୁଲ୍‌ ସାର୍ଟିଫିକେଟ ଏକ୍ଜାମିନେଶନ୍ସ (ସିଆଇଏସ୍‌ସିଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ପାଇଁ ସୁପ୍ରିମକୋର୍ଟରେ ଦାଏର ପିଟିଶନ୍‌ର ଶୁଣାଣି ସୋମବାର ଅନୁଷ୍ଠିତ ହେବ। କରୋନା ସ୍ଥିତିକୁ ଦେଖି ଉଭୟ ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ ରଖାଯାଇଥିଲେ ହେଁ ଚୂଡ଼ାନ୍ତ ନିଷ୍ପତ୍ତି ଏପର୍ଯ୍ୟନ୍ତ ନିଆଯାଇନାହିଁ। ବିଚାରପତି ଏ.ଏମ୍‌. ଖନ୍‌ଓ୍ବିଲକର ଏବଂ ଦିନେଶ ମାହେଶ୍ୱରୀଙ୍କ ଖଣ୍ଡପୀଠ ପିଟିଶନ କପି ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇକୁ ଆଗୁଆ ଦେବା ପାଇଁ ଆବେଦନକାରୀ ଆଇନଜୀବୀ ମମତା ଶର୍ମାଙ୍କୁ ଗତ ୨୮ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟ ପକ୍ଷରେ ପରୀକ୍ଷା ବାତିଲ ବିରୋଧରେ କେରଳର ଜଣେ ଶିକ୍ଷକ ଆଉ ଏକ ପିଟିଶନ ଦାଏର କରିଛନ୍ତି। ସୋମବାର ଏହାର ମଧ୍ୟ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri