Posted inଜାତୀୟ

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ ତ୍ରୁଟି ଯୋଗୁ ଅନେକ ଛାତ୍ରୀଛାତ୍ରଙ୍କ ଆକାଉଣ୍ଟରୁ ଦୁଇ ଦୁଇ ଥର ଫିସ କଟିଯାଇଥିଲା। ତେବେ ଏହି ସମସ୍ୟାର ସମାଧାନ କରି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଘୋଷଣା କରିଛି ଯେ, ସେହି ଛାତ୍ରୀଛାତ୍ରଙ୍କର ଅତିରିକ୍ତ ଟଙ୍କା ଖୁବ୍‌ଶୀଘ୍ର ଫେରସ୍ତ କରାଯିବ। ସିବିଏସଇ ପରୀକ୍ଷା ନିୟନ୍ତ୍ରକ ସଂଯମ ଭରଦ୍ୱାଜ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି।

ରବିବାର ସିବିଏସ୍‌ଇ ପକ୍ଷରୁ ଜାରି କରାଯାଇଥିବା ଏକ ବିଜ୍ଞପ୍ତି ଅନୁସାରେ, ଗତ ମେ ୨୧ ରୁ ୨୪ ତାରିଖ ମଧ୍ୟରେ ଦ୍ୱାଦଶ ଶ୍ରେଣୀର ସ୍କାନ କପି (Scan Copy) ପାଇଁ ଆବେଦନ କରୁଥିବା ସମୟରେ ସର୍ଭରରେ ବୈଷୟିକ ସମସ୍ୟା ଦେଖାଦେଇଥିଲା। ଏହି କାରଣରୁ କିଛି ଛାତ୍ରୀଛାତ୍ରଙ୍କ ଖାତାରୁ ନିର୍ଦ୍ଧାରିତ ଫିସ୍‌ଠାରୁ ଅଧିକ ଟଙ୍କା କଟିଯାଇଥିବା ବେଳେ କେତେକ କ୍ଷେତ୍ରରେ କମ ଟଙ୍କା କଟିଥିଲା।

ଯେଉଁ ଛାତ୍ରୀଛାତ୍ରଙ୍କ ଆକାଉଣ୍ଟରୁ ଅଧିକ ଟଙ୍କା କଟିଛି, ତାହା ସେମାନଙ୍କର ସେହି ସମାନ ପେମେଣ୍ଟ ମାଧ୍ୟମକୁ (Original Payment Method) ଫେରସ୍ଥ କରିଦିଆଯିବ। ଯେଉଁମାନଙ୍କର କମ ଟଙ୍କା କଟିଛି, ବାକି ଅର୍ଥ ପୈଠ କରିବା ପାଇଁ ସେମାନଙ୍କୁ ସ୍ବତନ୍ତ୍ର ଭାବେ ସୂଚିତ କରାଯିବ। ପ୍ରଭାବିତ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ସେମାନଙ୍କର ସ୍କାନ କପି ପ୍ରଦାନ କରାଯିବ ଏବଂ ସେମାନଙ୍କୁ ଦ୍ୱିତୀୟ ଥର ଆବେଦନ କରିବାକୁ ପଡ଼ିବ ନାହିଁ।

ସିବିଏସ୍‌ଇ ପୋର୍ଟାଲ କ୍ରାଶ, ସର୍ଭର ଡାଉନ ଏବଂ ପେମେଣ୍ଟ ଗେଟୱେ ଫେଲ ହେବା ଭଳି ସମସ୍ୟାକୁ ନେଇ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏହି ବୈଷୟିକ ତ୍ରୁଟି ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସିବିଏସ୍‌ଇଠାରୁ ଏକ ବିସ୍ତୃତ ରିପୋର୍ଟ ମଗାଯାଇଛି, ଯେଉଁଥିରେ ଏହି ଅବ୍ୟବସ୍ଥା ଏବଂ ସିଷ୍ଟମ ପରିଚାଳନା କରୁଥିବା ଏଜେନ୍ସିଗୁଡ଼ିକ ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦେବାକୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri