Posted inରାଜ୍ୟ

CBSE ନାଁରେ ମାଳ ମାଳ ଫେକ୍‌ ଆକାଉଣ୍ଟ, ତାଲିକା ଜାରି କରି ସତର୍କ କଲା ବୋର୍ଡ 

ନୂଆଦିଲ୍ଲୀ,୧୪।୨: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ନାମରେ ମାଳମାଳ ଫେକ୍‌ ଆକାଉଣ୍ଟ। ଫଳରେ ସାଧାରଣ ଲୋକେ ବିଭ୍ରାନ୍ତ ହେଉଛନ୍ତି। ଏନେଇ ଜଣାପଡ଼ିବା ପରେ ସିବିଏସ୍‌ଇ ପକ୍ଷରୁ ‘ଏକ୍ସ’ରେ ନକଲି ଆକାଉଣ୍ଟଗୁଡ଼ିକର ଏକ ତାଲିକା ପ୍ରକାଶ ପାଇଛି। ସେସବୁ ଆକାଉଣ୍ଟଗୁଡ଼ିକ ସିବିଏସ୍‌ଇ ଭଳି ଦେଖାଯାଉଥିଲେ ହେଁ ‘@cbseindia29’ ନାମ ଥିବା କେବଳ ଗୋଟିଏ ଅଫିସିଆଲ ଆକାଉଣ୍ଟ ରହିଛି ବୋଲି ସିବିଏସ୍‌ଇ ସ୍ପଷ୍ଟ କରିଛି।
ନକଲି ସୋସିଆଲ ମିଡିଆ ହ୍ୟାଣ୍ଡେଲଗୁଡିକ ବିଷୟରେ ସିବିଏସ୍‌ଇ ସତର୍କତା ଅବଲମ୍ବନ କରିଛି । ସିବିଏସ୍‌ଇ  ଏକ୍ସରେ ପ୍ରାୟ ୩୦ଟି ଆକାଉଣ୍ଟକୁ ତାଲିକାଭୁକ୍ତ କରିଛି, ଯେଉଁଗୁଡ଼ିକ ବୋର୍ଡର ଆକାଉଣ୍ଟକୁ ନକଲ କରୁଛି ଓ ଭୁଲ ତଥ୍ୟ ପ୍ରଦାନ କରୁଛି। ଏଣୁ ଅନ୍‌ଲାଇନ ପ୍ଲାଟଫର୍ମରେ ସଚେତନତା ସୃଷ୍ଟି କରିବା ସହ ଆଗାମୀ ବୋର୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି ସିବିଏସ୍‌ଇ ଏଭଳି ନିଷ୍ପତ୍ତି ନେଇଛି। ତେବେ ସୋସିଆଲ ମିଡିଆ ହ୍ୟାଣ୍ଡେଲ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏପରିକି ସିବିଏସ୍‌ଇ ସମ୍ବନ୍ଧୀୟ ଯାଞ୍ଚ ଓ ସମସ୍ତ ସୂଚନା ପାଇଁ କେବଳ CBSEର ଅଫିସିଆଲ ‘ଏକ୍ସ’ ହ୍ୟାଣ୍ଡେଲ ଫଲୋ କରିବାକୁ ପରାମର୍ଶ ଦିଆଯାଇଥିବା ବୋର୍ଡ ଏକ ସରକାରୀ ବିଜ୍ଞପ୍ତିରେ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri