CBSE Result: କେନ୍ଦ୍ରୀୟ ବିଦ୍ୟାଳୟର ଆଦର୍ଶ, ସେଣ୍ଟଆନ୍ସର ଭାବନା ଟପ୍ପର

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)-ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ସେଣ୍ଟଆନ୍ସ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା ଫଳ ଭଲ ହୋଇଛି । ଯାହାକୁ ନେଇ ବିଦ୍ୟାଳୟ ଶିକ୍ଷୟତ୍ରୀ, ଶିକ୍ଷକ, ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଖୁସିବ୍ୟକ୍ତ କରିଛନ୍ତି।

କେନ୍ଦ୍ରୀୟ ବିଦ୍ୟାଳୟର ଆଦର୍ଶ ମହାନନ୍ଦ ୯୫.୮୦ ପ୍ରତିଶତ ମାର୍କ ରଖି କ୍ଲାସ ଟପ୍ପର ହୋଇଛନ୍ତି। ସେ ହେଉଛନ୍ତି ପିତା ଦଣ୍ଡପାଣି ମହାନନ୍ଦ ଏବଂ ମାତା ଆଶାଲତା ଦିଗାଲଙ୍କ ପୁତ୍ର। ସେହିଭଳି ଜ୍ୟୋତିମୟୀ ସେଠୀ, ରୀତି ରଚୟିତା ମୁନି ୯୫ ପ୍ରତିଶତ ମାର୍କ ରଖି କ୍ଲାସରେ ଯୁଗ୍ମ ଦ୍ୱିତୀୟ ହୋଇଛନ୍ତି। ବିନାୟକ ତାରିଣୀ ୯୩.୮୦ ପ୍ରତିଶତ ମାର୍କ ରଖି ତୃତୀୟ ସ୍ଥାନରେ ଅଛନ୍ତି, ସୌମ୍ୟା ସେଫାଳିକା ସାହୁ ୯୩.୪୦ ପ୍ରତିଶତ, ବୈଭବ ପଟ୍ଟନାୟକ ୯୨.୬, ସ୍ପନ୍ଦନ ଶତପଥି ୯୨.୬, ଶିବ ଶଙ୍କର ବେହେରା ୯୨.୨ ଏବଂ ଅଂଶୁମାନ ସେଠୀ ୯୦.୬ ପ୍ରତିଶତ ମାର୍କ ରଖି ବିଦ୍ୟାଳୟର ସୁନାମ ରଖିଛନ୍ତି। ଚଳିତ ବର୍ଷ ବିଦ୍ୟାଳୟର ୯୭.୬୭ ପ୍ରତିଶତ ଛାତ୍ରୀଛାତ୍ର ପାସ ହୋଇଛନ୍ତି । ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ, ବରିଷ୍ଠ ଶିକ୍ଷକ ସତ୍ୟବାନ ସାହୁ ସମସ୍ତ କୃତୀଛାତ୍ରୀ ଛାତ୍ରଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ବିଦ୍ୟାଳୟର ୪୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ୪୨ ଜଣ ପାସ ହୋଇଛନ୍ତି । ୯ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଉଦ୍ଧର୍‌ବ ମାର୍କ ଉକ୍ତ ରଖିଛନ୍ତି।

ସେହିଭଳି ସେଣ୍ଟଆନ୍ସର ଭାବନା ପ୍ରିୟଦର୍ଶିନୀ ୯୩.୬୦ ପ୍ରତିଶତ ମାର୍କ ରଖି କ୍ଲାସରେ ଟପ୍ପର ହୋଇଛନ୍ତି। ସେ ହେଉଛନ୍ତି ପିତା କେ. ଶଙ୍କର ନାରାୟଣ ପାତ୍ର ଏବଂ ମାତା କେ. ପ୍ରତିମା ପାତ୍ର ଙ୍କ ଝିଅ। ସେଣ୍ଟଆନ୍ସର ଛାତ୍ରୀ ଜ୍ଞାନଦା ବେହେରା ୯୧.୩୦ ପ୍ରତିଶତ ମାର୍କ ରଖି ଦ୍ୱିତୀୟ ସ୍ଥାନରେ ଥିବା ବେଳେ ଛାତ୍ରୀ ସାଇଶ୍ୱରୀ ସାହୁ ୮୯ ପ୍ରତିଶତ ମାର୍କ ରଖି ତୃତୀୟ ସ୍ଥାନରେ ଅଛନ୍ତି। ବିଦ୍ୟାଳୟର ପାସ ହାର ୯୯ ପ୍ରତିଶତ ଅଛି। ବିଦ୍ୟାଳୟ ଅଧ୍ୟକ୍ଷା ସିଷ୍ଟର ସାନ୍ଥା କୁମାରୀ ସମସ୍ତ କୃତୀ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ଉକ୍ତ ଦୁଇ ଶିକ୍ଷାନୁଷ୍ଠାନର ପରୀକ୍ଷା ଫଳ ଆହୁରି ଭଲ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri