CBSE Result: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା

ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀ ଛାତ୍ର ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି I ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷାରେ ଛାତ୍ରଛାତ୍ରୀ ମାନଙ୍କର ରେକର୍ଡ ସୃଷ୍ଟିକାରୀ ସଫଳତା ପାରିପାଶର୍‌ବିକ ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ମଙ୍ଗଳବାର ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ଫଳାଫଳ ପ୍ରକାଶିତ ହେବା ମାତ୍ରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ,ଅଧ୍ୟକ୍ଷ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି । ବିଦ୍ୟାଳୟର ଶହେ ପ୍ରତିଶତ ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ କରିଛନ୍ତି।

ସିବିଏସଇର ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ବିଦ୍ୟାଳୟର ସମୁଦାୟ ୨୬ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଛାତ୍ରୀ ଅମରିନ ବାନୁ ୯୬.୨ ଶତକଡା (୪୮୧) ମାର୍କ ରଖି କ୍ଲାସ ଟପ୍ପର ହୋଇଥିବା ବେଳେ ପ୍ରଜ୍ଞା ପ୍ରଭା ଦୋରା ୮୮ ଶତକଡା (୪୪୦) ମାର୍କ ରଖି ଦ୍ୱିତୀୟ ସ୍ଥାନ ଓ ଛାତ୍ର ରାଜେଶ କୁମାର ନାୟକ ୮୬.୮ ଶତକଡା (୪୩୪) ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉକ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ମଧ୍ୟ ସମସ୍ତ ୨୬ ଜଣ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ଦଶମ ଶ୍ରେଣୀର ୭୬ ଜଣ ଛାତ୍ରଛାତ୍ରୀ ମଧ୍ୟରୁ ଛାତ୍ରୀ ପୂନ୍ୟମାହି ବିଡ଼ିକI ୯୭.୨ ଶତକଡା (୪୮୬) ମାର୍କ ରଖି ବିଦ୍ୟାଳୟରେ ଶ୍ରେଷ୍ଠ ସ୍ଥାନ ରଖିଥିବା ବେଳେ ଛାତ୍ର ତନ୍ମୟ କୁମାର ସାହୁ ୯୬.୬ ଶତକଡା (୪୮୩) ମାର୍କ ରଖି ଦ୍ୱିତୀୟ ସ୍ଥାନ ଓ ଛାତ୍ର ଆୟୁସ୍ମାନ ପଧାନ ୯୬.୪ ଶତକଡା (୪୮୨) ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ସେହିପରି ସମୁଦାୟ ୧୦୨ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୯୫ ଶତକଡା ଉପରେ ୭ ଜଣ ବିଦ୍ୟାର୍ଥୀ , ୯୦ ଶତକଡା ଉପରେ ୨୮ ଜଣ ବିଦ୍ୟାର୍ଥୀ ଓ ୮୦ ଶତକ ଉପରେ ୪୦ ଜଣ ବିଦ୍ୟାର୍ଥୀ ଓ ୮୦ ଶତକ ଉପରେ ୨୭ ଜଣ ବିଦ୍ୟାର୍ଥୀ ରହିଛନ୍ତି । ଏହି ଛାତ୍ର ଛାତ୍ରୀଙ୍କ କୃତିତ୍ୱରେ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତା ସମେତ ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜ୍ଞାପନ କରିବା ସହିତ ସେମାନଙ୍କର ଉଜ୍ଜ୍ୱଳମୟ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri