CBSE Result: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା

ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀ ଛାତ୍ର ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି I ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷାରେ ଛାତ୍ରଛାତ୍ରୀ ମାନଙ୍କର ରେକର୍ଡ ସୃଷ୍ଟିକାରୀ ସଫଳତା ପାରିପାଶର୍‌ବିକ ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ମଙ୍ଗଳବାର ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ଫଳାଫଳ ପ୍ରକାଶିତ ହେବା ମାତ୍ରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ,ଅଧ୍ୟକ୍ଷ ଓ ଅଭିଭାବକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି । ବିଦ୍ୟାଳୟର ଶହେ ପ୍ରତିଶତ ଛାତ୍ରଛାତ୍ରୀ ଏହି ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ କରିଛନ୍ତି।

ସିବିଏସଇର ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାରେ ବିଦ୍ୟାଳୟର ସମୁଦାୟ ୨୬ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଛାତ୍ରୀ ଅମରିନ ବାନୁ ୯୬.୨ ଶତକଡା (୪୮୧) ମାର୍କ ରଖି କ୍ଲାସ ଟପ୍ପର ହୋଇଥିବା ବେଳେ ପ୍ରଜ୍ଞା ପ୍ରଭା ଦୋରା ୮୮ ଶତକଡା (୪୪୦) ମାର୍କ ରଖି ଦ୍ୱିତୀୟ ସ୍ଥାନ ଓ ଛାତ୍ର ରାଜେଶ କୁମାର ନାୟକ ୮୬.୮ ଶତକଡା (୪୩୪) ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉକ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ମଧ୍ୟ ସମସ୍ତ ୨୬ ଜଣ ଛାତ୍ରଛାତ୍ରୀ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି।

ସେହିପରି ଦଶମ ଶ୍ରେଣୀର ୭୬ ଜଣ ଛାତ୍ରଛାତ୍ରୀ ମଧ୍ୟରୁ ଛାତ୍ରୀ ପୂନ୍ୟମାହି ବିଡ଼ିକI ୯୭.୨ ଶତକଡା (୪୮୬) ମାର୍କ ରଖି ବିଦ୍ୟାଳୟରେ ଶ୍ରେଷ୍ଠ ସ୍ଥାନ ରଖିଥିବା ବେଳେ ଛାତ୍ର ତନ୍ମୟ କୁମାର ସାହୁ ୯୬.୬ ଶତକଡା (୪୮୩) ମାର୍କ ରଖି ଦ୍ୱିତୀୟ ସ୍ଥାନ ଓ ଛାତ୍ର ଆୟୁସ୍ମାନ ପଧାନ ୯୬.୪ ଶତକଡା (୪୮୨) ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ସେହିପରି ସମୁଦାୟ ୧୦୨ ଜଣ ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୯୫ ଶତକଡା ଉପରେ ୭ ଜଣ ବିଦ୍ୟାର୍ଥୀ , ୯୦ ଶତକଡା ଉପରେ ୨୮ ଜଣ ବିଦ୍ୟାର୍ଥୀ ଓ ୮୦ ଶତକ ଉପରେ ୪୦ ଜଣ ବିଦ୍ୟାର୍ଥୀ ଓ ୮୦ ଶତକ ଉପରେ ୨୭ ଜଣ ବିଦ୍ୟାର୍ଥୀ ରହିଛନ୍ତି । ଏହି ଛାତ୍ର ଛାତ୍ରୀଙ୍କ କୃତିତ୍ୱରେ ବିଦ୍ୟାଳୟର ଅଧ୍ୟକ୍ଷ ସଦାନନ୍ଦ ହୋତା ସମେତ ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜ୍ଞାପନ କରିବା ସହିତ ସେମାନଙ୍କର ଉଜ୍ଜ୍ୱଳମୟ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri