ଫେବୃଆରୀ ୧୭ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୩ା୯(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷାର ସମ୍ଭାବ୍ୟ ତାରିଖ ବୁଧବାର ଘୋଷଣା କରାଯାଇଛି। ୨୦୨୬ ଫେବୃଆରୀ ୧୭ରୁ ଏହି ୨ ପରୀକ୍ଷା ଆରମ୍ଭ ହେବ ବୋଲି ସିବିଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଡ. ସନ୍ୟାମ ଭରଦ୍ୱାଜ ସୂଚନା ଦେଇଛନ୍ତି। ୫ ମାସ ପୂର୍ବରୁ ପରୀକ୍ଷା ନେଇ ସମୟସାରଣୀ ପ୍ରକାଶ ପାଇଥିବାରୁ ଏଥିପାଇଁ ଛାତ୍ରୀଛାତ୍ର ନିଜକୁ ଭଲଭାବେ ପ୍ରସ୍ତୁତ କରିପାରିବେ ବୋଲି ଆଶା କରାଯାଉଛି।

ସିବିଏସ୍‌ଇର ସୂଚନାନୁସାରେ, ଚଳିତ ବର୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଖାପାଖି ୪୫ ଲକ୍ଷ ପିଲା ପରୀକ୍ଷା ଦେବେ। ଉଭୟ ଶ୍ରେଣୀ ପରୀକ୍ଷା ଗୋଟିଏ ଶିପ୍ଟରେ ଆରମ୍ଭ ହେବ। ପରୀକ୍ଷା ସହ ଖାତାଦେଖା ଓ ଫଳାଫଳ ଆଦି ପ୍ରକ୍ରିୟା ଜୁଲାଇ ୧୫ ଭିତରେ ଶେଷ କରିବାର ଯୋଜନା ରହିଛି। ସିବିଏସ୍‌ଇ ମାଧ୍ୟମିକ ବିଦ୍ୟାଳୟ ପରୀକ୍ଷା (ଦଶମ) ଫେବୃଆରୀ ୧୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୯ ଯାଏ ଚାଲିବ। ସେହିପରି ସିବିଏସ୍‌ଇ ସିନିୟର ସ୍କୁଲ ସାର୍ଟିଫିକେଟ ପରୀକ୍ଷା (ଦ୍ୱାଦଶ) ଏପ୍ରିଲ ୯ରେ ଶେଷ ହେବ। ପରୀକ୍ଷା ଶେଷ ହେବାର ୧୦ ଦିନ ପରେ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ ଓ ଏହା ୧୨ଦିନ ଭିତରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ନେଇ ପରୀକ୍ଷା ନିୟନ୍ତ୍ରକ ଡ. ଭରଦ୍ୱାଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?