Posted inଜାତୀୟ

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା ସ୍ଥିତିକୁ ଦେଖି ପରୀକ୍ଷାର ସମସ୍ତ ସମ୍ଭାବ୍ୟ ଦିଗ ଉପରେ ଆଲୋଚନା କରାଯାଇଥିଲା। ଶେଷରେ ପରୀକ୍ଷା ବାତିଲ ନେଇ ନିଷ୍କର୍ସ ବାହାରିଥିବା ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ମଙ୍ଗଳବାର ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥାନ୍ତେ। ହେଲେ ହଠାତ୍‌ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏହାପରେ ପ୍ରଧାନମନ୍ତ୍ରୀ ପିଲାଙ୍କ ବରିଷ୍ଠ ମନ୍ତ୍ରୀ ଏବଂ ସଚିବଙ୍କ ସହ ପରୀକ୍ଷା ହେବ କି ନାହିଁ ସେ ନେଇ ଆଲୋଚନା କରିବେ ବୋଲି ଜଣାପଡ଼ିଥିଲା। ବୈଠକରେ ପିଲାଙ୍କ ସୁରକ୍ଷା ଓ ସ୍ବାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ କହିବା ସହ ଏବେର ସ୍ଥିତିକୁ ଦେଖି ପରୀକ୍ଷା ବାତିଲ ନିଷ୍ପତ୍ତି ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri