ସ୍କୁଲରେ ସିସି କ୍ୟାମେରା ବାଧ୍ୟତାମୂଳକ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ସୋମବାର ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଘରୋଇ ସ୍କୁଲରେ ଯେପରି ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି ସେଭଳି ଢଙ୍ଗରେ ମଧ୍ୟ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯିବ। ପୂର୍ବରୁ ଏନେଇ ଅନେକଥର ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରି ନ ଥିଲା। ଅର୍ଥ ଅଭାବ ଦର୍ଶାଇ କିଛି ସ୍କୁଲ କର୍ତ୍ତୃପକ୍ଷ ନିୟମକୁ ଅବମାନନା କରୁଥିବାବେଳେ ଅନେକ ସ୍କୁଲ ଭିତ୍ତିଭୂମି ନ ଥିବା ଦର୍ଶାଇ ନିର୍ଦ୍ଦେଶକୁ ପାଳନ କରିନାହାନ୍ତି। ଏଣିକି ପିଲାଙ୍କୁ ଜଗିବା ଲାଗି ସବୁ ସ୍କୁଲରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯିବ। ଅନ୍ତତଃ ସବୁ ସ୍କୁଲର ମୁଖ୍ୟ ଫାଟକ ପାଖରେ ଗୋଟିଏ ସିସି କ୍ୟାମେରା ଲଗାଇବାକୁ କୁହାଯାଇଛି। ପ୍ରତିଦିନ କେତେ ପିଲା ସ୍କୁଲ ଆସୁଛନ୍ତି ଏବଂ କେଉଁ ପିଲା ଅନୁପସ୍ଥିତ ରହୁଛନ୍ତି ତାହା ସ୍ପଷ୍ଟ ଭାବେ ଜଣାପଡ଼ିବ। ଏ ନେଇ ଯାହା ଖର୍ଚ୍ଚ ହେବ ତାହା ସମଗ୍ର ଶିକ୍ଷା ଯୋଜନାରୁ ବ୍ୟୟ କରାଯିବ। ତେବେ ରାଜ୍ୟର ସବୁ ସ୍କୁଲରେ ସିସି କ୍ୟାମେରା ଲଗାଇବା ନିଷ୍ପତ୍ତିକୁ ସବୁ ସ୍ତରରେ ସ୍ବାଗତ କରାଯାଇଛି। ଆସନ୍ତା ୨ମାସ ମଧ୍ୟରେ ଏହି ସୁବିଧା କାର୍ଯ୍ୟକାରୀ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।
ବର୍ତ୍ତମାନ ରାଜ୍ୟରେ ୬୭,୮୭୨ଟି ସରକାରୀ ସ୍କୁଲ ରହିଛି। ଯେଉଁ ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୫ଟି ଶ୍ରେଣୀ କକ୍ଷ ରହିଛି ବା ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ୭ଟି ଶ୍ରେଣୀ କକ୍ଷ ଥିବା ସ୍କୁଲରେ ଗୋଟିଏ ଲେଖାଏ ସିସି କ୍ୟାମେରା ଲଗାଇବାକୁ ନିଷ୍ପତ୍ତି ହୋଇଛି। ସେହିପରି ପ୍ରଥମରୁ ଅଷ୍ଟମ ଏବଂ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ କକ୍ଷ ଥିବା ସ୍କୁଲରେ ୨ଟି ଲେଖାଏ ସିସି କ୍ୟାମେରା ଲଗାଯିବାର ବ୍ୟବସ୍ଥା କରାଯିବ। ପ୍ରତ୍ୟେକ ମାସର ପ୍ରଥମ ସପ୍ତାହରେ ଗତ ମାସର କ୍ୟାମେରାର ରେକର୍ଡିଂ ସ୍କୁଲ ପ୍ରଧାନ ଶିକ୍ଷକ ବ୍ଲକଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରିବେ। ଫଳରେ ରାଜ୍ୟର ସବୁ ସ୍କୁଲର ଦୈନନ୍ଦିନର କ୍ୟାମେରା ରେକର୍ଡିଂ ବିଭାଗ ପାଖରେ ରହିବ। ଆବଶ୍ୟକ ସମୟରେ ସେସବୁ ଯାଞ୍ଚ କରାଯିବ। ତେବେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୫୮ହଜାର ୮୯ଟି ପ୍ରାଥମିକ ଏବଂ ଉଚ୍ଚପ୍ରାଥମିକ ସ୍କୁଲରେ ସିସି କ୍ୟାମେରା ଲଗାଯିବ। ପ୍ରଥମ ପର୍ଯ୍ୟାୟରେ ସିସି କ୍ୟାମେରା ବାବଦରେ ୮କୋଟି ୭୧ଲକ୍ଷ ୩୩ହଜାର ୫ଶହ ଟଙ୍କା ଖର୍ଚ୍ଚ ହେବ। ଯେଉଁ ସ୍କୁଲରେ ଏହି ବ୍ୟବସ୍ଥା ନ ଥିବା ଜଣାପଡ଼ିବ ସେହି ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri