ରଥଯାତ୍ରା ପାଇଁ ଉତ୍ତରାଛକରୁ ପୁରୀ ଲାଗିବ ସିସି କ୍ୟାମେରା

ଭୁବନେଶ୍ୱର,୧୫ା୨(ସତ୍ୟଜିତ୍‌ ରାଉତ):ଆସନ୍ତା ଜୁନ ୨୭ରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ରଥଯାତ୍ରାକୁ ଶୃଙ୍ଖଳିତ ତଥା ବ୍ୟବସ୍ଥିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ପୋଲିସ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ ଅଫିସରେ ଏସଂକ୍ରାନ୍ତରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରା ଆୟୋଜନକୁ ନେଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିଲା। ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଓ ଗତ ବର୍ଷ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେଠାରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ଡିଜିପି ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ପ୍ରସଙ୍ଗରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ଭୁବନେଶ୍ୱର ଉତ୍ତରା ଛକଠାରୁ ପୁରୀ ଯାଏ ସିସିଟିଭି ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା, ଦଳାଚକଟା ଭଳି ପରିସ୍ଥିତିକୁ ଏଡାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ବତନ୍ତ୍ର ହେଲିପ୍ୟାଡ୍‌, ପୋଲିସ ଫୋର୍ସଙ୍କ ରହଣୀ ପାଇଁ ସ୍ବତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ସୁବିଧା ଆଦି ସମ୍ପର୍କରେ ଡିଜିପି ଆଲୋଚନା କରିଥିଲେ। ଏହି ବୈଠକରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର, ଏସସିଆରବି ନିର୍ଦ୍ଦେଶକ ସନ୍ତୋଷ ବାଲା, ଆଧୁନିକୀକରଣ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନ ଶୃଙ୍ଖଲା ଏଡିଜି ସଞ୍ଜୟ କୁମାର, ମୁଖ୍ୟାଳୟ ଏଡିଜି ଦୟାଲ ଗଙ୍ଗୱାର, ଏସଏପି ଏଡିଜି ରାଜେଶ କୁମାର, ଟ୍ରେନିଂ ଆଇଜି ଅନୁପ କୁମାର ସାହୁ, ଅପରେସନ୍‌ ଡିଆଇଜି ଅଖିଳେଶ୍ୱର ସିଂ, କେନ୍ଦ୍ରାଞ୍ଚଳ ଡିଆଇଜି ଚରଣ ସିଂ ମିନା, ଏସ୍‌ଆଇଡବ୍ଲ୍ୟୁ ଡିଆଇଜି କନୱର ବିଶାଲ ସିଂ, ଭୁବନେଶ୍ୱର ଡିସିପି ପିନାକ ମିଶ୍ର, ମୁଖ୍ୟାଳୟ ଏଆଇଜି ଯୁଗଳ କିଶୋର କୁମାର ବିନୋଥ, ମୁଖ୍ୟାଳୟ ଏଆଇଜି ବିବେକାନନ୍ଦ ଶର୍ମା ଏବଂ ପୁରୀ ଏସପି ଭିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?