Posted inଖେଳ

ଆଇସିସି ଟି -୨୦ ର଼୍ୟାଙ୍କିଙ୍ଗ: ଶୀର୍ଷରେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୭।୪: ଭାରତୀୟ କ୍ରିକେଟ ଦଳ ଏବଂ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଫର୍ମକୁ ଫେରିଛନ୍ତି। ଯଦିଓ, ସୂର୍ଯ୍ୟକୁମାର ଯାଦବ ଦୀର୍ଘ ଦିନ ଧରି ଖରାପ ଫର୍ମ ସହ ସଂଘର୍ଷ କରୁଥିଲେ, କିନ୍ତୁ ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ବ୍ୟତୀତ ଟିମ ଇଣ୍ଡିଆର ପ୍ରଶଂସକଙ୍କ ପାଇଁ ଭଲ ଖବର ଆସିଛି। ଇତି ମଧ୍ୟରେ ଆଇସିସିର ଟି -୨୦ ର଼୍ୟାଙ୍କିଙ୍ଗ ଘୋଷଣା କରାଯାଇଛି। ଯେଉଁଥିରେ ସୂର୍ଯ୍ୟକୁମାର ଯାଦବ ଶୀର୍ଷରେ ଥିବାବେଳେ ପାକିସ୍ତାନର ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ନିକଟରେ ମହମ୍ମଦ ରିଜୱାନ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ୯୮ ରନର ଅପରାଜିତ ଇନିଂସ ଖେଳିଥିଲେ, ଯାହା ପରେ ଏହି ବ୍ୟାଟ୍ସମ୍ୟାନ ୧୩ ପଏଣ୍ଟ ହାସଲ କରିଛନ୍ତି।
ତେବେ ଆଇସିସି ଟି -୨୦ ର଼୍ୟାଙ୍କିଙ୍ଗରେ ସୂର୍ଯ୍ୟକୁମାର ଯାଦବ ୯୦୬ ରେଟିଂ ପଏଣ୍ଟ ମିଳିଥିବା ବେଳେ ମହମ୍ମଦ ରିଜୱାନଙ୍କ ୮୧୧ ରେଟିଂ ପଏଣ୍ଟ ରହିଛି। ଏହିପରି, ଦୁଇ ଖେଳାଳିଙ୍କ ମଧ୍ୟରେ ବ୍ୟବଧାନ ୧୦୦ ରେଟିଂ ପଏଣ୍ଟ ହ୍ରାସ ପାଇଛି। ତେବେ ସୂର୍ଯ୍ୟକୁମାର ଯାଦବ ପ୍ରଥମ ସ୍ଥାନରେ ଥିବାବେଳେ ମହମ୍ମଦ ରିଜୱାନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏହା ବ୍ୟତୀତ ପାକିସ୍ତାନର ଅଧିନାୟକ ବାବର ଆଜମ ତୃତୀୟ ସ୍ଥାନରେ ଅଛନ୍ତି। ତେବେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜ ପରେ ବାବର ଆଜାମ ରେଟିଂ ପଏଣ୍ଟ ହରାଇଛନ୍ତି। ବର୍ତ୍ତମାନ, ବାବର ଆଜାମ ୭୬୫ ରେଟିଂ ପଏଣ୍ଟ ସହିତ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri