ରିଲାଏନ୍ସ ଫ୍ୟୁଚର ଡିଲ୍‌କୁ ସିସିଆଇ ମଞ୍ଜୁରୀ

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଫ୍ୟୁଚର ଗ୍ରୁପ୍‌ର ରିଟେଲ କାରବାର ଅଧିଗ୍ରହଣ ଡିଲ୍‌କୁ କମ୍ପିଟିଶନ କମିଶନ ଅଫ୍‌ ଇଣ୍ଡିଆ(ସିବିଆଇ) ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ଡିଲ୍‌କୁ ବାତିଲ କରିବା ଲାଗି ଆମାଜନ ଆପତ୍ତି ଉଠାଇ ଆସିଥିଲା। ବିଭିନ୍ନ ନିୟମକୁ ଫ୍ୟୁଚର ଗ୍ରୁପ୍‌ ଅବମାନନା କରିଛି ବୋଲି ଆମାଜନ ଅଭିଯୋଗରେ କହିଥିଲା। ଏଭଳି ଅଭିଯୋଗ ସତ୍ତ୍ୱେ ମଧ୍ୟ ସିସିଆଇ ଡିଲ୍‌କୁ ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ଏହା ଉଭୟ ଫ୍ୟୁଚର ଗ୍ରୁପ୍‌ ଏବଂ ଆମାଜନ ଲାଗି ଆଶ୍ୱସ୍ତି ବୋଲି କୁହାଯାଉଛି। ପୂର୍ବରୁ ଫ୍ୟୁଚର ଗ୍ରୁପ୍‌ରେ ଆମାଜନ ନିବେଶ କରିଛି। ମାତ୍ର ଫ୍ୟୁଚର ଗ୍ରୁପ୍‌ ଏହାର ରିଟେଲ କାରବାର ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କୁ ବିକ୍ରି କରିବା ପାଇଁ ଚୁକ୍ତିରେ ସାମିଲ ହେବା ପରେ ଆମାଜନ ଆପତ୍ତି ଉଠାଇଥିଲା। ଫ୍ୟୁଚର ଗ୍ରୁପ୍‌ର ଏକ ହୋଲ୍ଡିଂ କମ୍ପାନୀରେ ଆମାଜନ ନିବେଶ କରିଛି। ରିଲାଏନ୍ସ ଏବଂ ଫ୍ୟୁଚର ଡିଲ୍‌ ଆଇନ ଅବମାନନା କରୁଥିବା ଦର୍ଶାଇ ଆମାଜନ ସିସିଆଇ ଏବଂ ବଜାର ନିୟନ୍ତ୍ରକ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି) ନିକଟରେ ଦ୍ୱାରସ୍ଥ ହୋଇଥିଲା। ମାତ୍ର ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ସିସିଆଇ ପ୍ରସ୍ତାବିତ ଡିଲ୍‌କୁ ସବୁଜ ସଙ୍କେତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri