ଗାଇଡ୍‌ଲାଇନ ଅନୁଯାୟୀ ଦାହହେଲା ବାଘ ମୃତଦେହ

ବୁଗୁଡା,୩୦।୧(ଡି.ଏନ୍‌.ଏ.): ବୁଗୁଡା ବନାଞ୍ଚଳରେ ଗୁରୁବାର ଫାଶରେ ପଡି ମୃତ୍ୟୁ ଘଟିଥିବା କଲରାପତରିଆ ବାଘର ମୃତଦେହ ଶୁକ୍ରବାର ସମସ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍ଥାନୀୟ ବନ କାର୍ଯ୍ୟାଳୟ ହତା ମଧ୍ୟରେ ଦାହ କରାଯାଇଛି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ପ୍ରଶାନ୍ତ କୁମାର ମିଶ୍ର କହିଛନ୍ତି, ଶ୍ୱାସରୁଦ୍ଧ ଓ ହୃଦ୍‌ଘାତରେ ବାଘଟିର ମୃତ୍ୟୁ ଘଟିଛି। ବାଘ ମୃତ୍ୟୁ ପାଇଁ ଦାୟୀ କିଏ ଏହାର ତଦନ୍ତ କରିବାକୁ ଡିଏଫ୍‌ଓ ଓ ବନ ବିଭାଗର ଇଣ୍ଟେଲିଜେନ୍ସକୁ ନିର୍ଦ୍ଦେଶ ଦିଆଯାଇଛି। ବାଘଟି କିପରି ଫାଶରେ ପଡିଲା, କିଏ ଫାଶ ବସାଇଥିଲା ଏସବୁ ଦିଗକୁ ନେଇ ତଦନ୍ତ ହେବ।
ବାଘର ମୃତଦେହକୁ ବୁଗୁଡା ପ୍ରାଣୀ ଚିକିତ୍ସା ଅଧିକାରୀ ଭଗବତୀ ପ୍ରସାଦ ଦାଶ ବ୍ୟବଚ୍ଛେଦ କରିଥିଲେ। ଫାଶରେ ଥିବା ଷ୍ଟିଲ୍‌ ତାର ଛାତିରେ ପଶିଯିବା ସହ ଏକ ତାର ଚାପିହୋଇ ଯିବାରୁ ଶ୍ୱାସରୁଦ୍ଧ ହୋଇ ବାଘର ମୃତ୍ୟୁ ହୋଇଥିବା ସେ ସୂଚନା ଦେଇଥିଲେ। ବାଘଟି ୧୦ ବର୍ଷର ଏକ ଅଣ୍ଡିରା କଲରାପତରିଆ ବୋଲି ଜଣାପଡିଛି। ଏହାପରେ କାର୍ଯ୍ୟାଳୟ ହତା ମଧ୍ୟରେ ମୃତଦେହ ଦାହ କରାଯାଇଥିଲା। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ପ୍ରଶାନ୍ତ କୁମାର ମିଶ୍ର, ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେହୁରା, ଏସିଏଫ୍‌ ପ୍ରଭାକର ନାୟକ, ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଅନୁପମ ବାନାର୍ଜୀ, ବୁଗୁଡା ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା, ବୁଗୁଡା ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ବନସୁରକ୍ଷା ସମିତି କର୍ମକର୍ତ୍ତା ପ୍ରମୁଖଙ୍କ ଉପସ୍ଥିତିରେ ଏସବୁ କାର୍ଯ୍ୟ ହୋଇଥିଲା।
ଯେ, ଗୁରୁବାର ସକାଳେ ବୁଗୁଡା ବ୍ଲକ ମାଣିତରା ରାସ୍ତା ବଡପଥର ନିକଟ କୁଣ୍ଡାଖାଇ ମୁଣ୍ଡିଆରେ ବାର୍‌ହା ଫାଶରେ ବାଘଟି ପଡିଯାଇଥିଲା। ବନାଞ୍ଚଳ ଅଧିକାରୀ ବେହେରାଙ୍କ ନେତୃତ୍ୱରେ ବନ କର୍ମଚାରୀ ଓ ସ୍ଥାନୀୟ ଯୁବକ କାବୁକରି କିରିଆମ୍ବା ଜଙ୍ଗଲକୁ ଛାଡିବାକୁ ନେବାବେଳେ ସେଠାରେ ତାର ମୃତ୍ୟୁ ହୋଇଥିବା ଜଣାପଡିଥିଲା। ଏପରି ବାଘ ମୃତ୍ୟୁ ଘଟଣା ଅଞ୍ଚଳରେ ପ୍ରଥମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri