ଜୁଲାଇ ୧୯ରୁ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଏବେ ବହୁ ପରିମାଣରେ ନିୟନ୍ତ୍ରଣକୁ ଆସିଛି। ତେଣୁ ସଂସଦର କାର୍ଯ୍ୟକୁ ପୁଣି ଥରେ ଆରମ୍ଭ କରିବାକୁ ବିଚାର କରାଯାଉଛି। ମଙ୍ଗଳବାର ସଂସଦୀୟ ବ୍ୟାପାର କମିଟି (ସିସିପିଏ) ଜୁଲାଇ ୧୯ରୁ ଅଗଷ୍ଟ ୧୩ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ ଚାଲିବା ନେଇ ସୁପାରିଶ କରିଛି। ଏହି ସୁପାରିଶ ପରେ ସଂସଦର ମୌସୁମୀ ଅଧିବେଶନ ଶୀଘ୍ର ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଖୁବ୍‌ଶୀଘ୍ର ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାର ସମ୍ଭାବନା ରହିଛି ବୋଲି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ମଧ୍ୟ କହିଛନ୍ତି। ତେବେ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସମସ୍ତ ଏମ୍‌ପିଙ୍କୁ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ଗ୍ରହଣ କରିବାକୁ କେନ୍ଦ୍ର ସରକାର ନିବେଦନ କରିଛନ୍ତି। ତେବେ ଅଧିକାଂଶ ଏମ୍‌ପି ଓ କର୍ମଚାରୀ ଟିକାର ଉଭୟ ଡୋଜ ନେଇସାରିଥିବା ଜଣାପଡ଼ିଛି। କରୋନାର ଦ୍ୱିତୀୟ ଲହର ଏବେ ନିୟନ୍ତ୍ରଣରେ ଥିବା ବେଳେ ବର୍ତ୍ତମାନ ସରକାର କୌଣସି ରିସ୍କ ନେବାକୁ ଚାହୁଁନାହାନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri