କାମ କରୁନି ସିସିଟିଭି କ୍ୟାମେରା

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଲାଗିଥିବା ସିସିଟିଭି କ୍ୟାମେରା ଅଚଳ ହୋଇ ପଡିରହିଛି। ସହରରେ ଅପରାଧକୁ ନିୟନ୍ତ୍ରଣ କରିବା ସହ ଅପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖୁଥିବା ସିସିଟିଭି କ୍ୟାମେରା ଗତ ୨ ମାସ ହେଲା କାମ କରୁ ନ ଥିବା ଜଣାପଡିଛି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲାର ସଦର ମହକୁମା ଭବାନୀପାଟଣା ସହରର ଜିଲା ମୁଖ୍ୟାଳୟକୁ ପ୍ରତ୍ୟେକ ଦିନ ଜିଲା ତଥା ଜିଲା ବାହାରୁ ହଜାର ହଜାର ଲୋକ ଆସିଥାନ୍ତି। ଆଉ ଏହି ସହରରେ ଚୋରି ଡକାୟତି ରାହାଜାନି ଭଳି ଘଟଣା ଦିନକୁ ଦିନ ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ଏହି ଅପରାଧ ଉପରେ ନିୟନ୍ତ୍ରଣ କରିବା ଓ ସହରର ଗତିବିଧି ଉପରେ ନଜର ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ପ୍ରତ୍ୟେକ ଛକରେ ସିସିଟିଭି କ୍ୟାମେରା ଲଗାଇଥିଲା। ଗତ ଦୁଇ ବର୍ଷ ତଳେ ସହରର କଲେଜ ଛକ, ମାଣିକେଶ୍ୱରୀ ଛକ, ଘୋଡ଼ାଘାଟ ଛକ, ଜେଲ ଛକ, ନକଟିଗୁଡା ଛକ ସମେତ ମେଡ଼ିକାଲ ଆଦି ଛକଗୁଡ଼ିକରେ ପ୍ରାୟ ୧୦୦ଟି ପିଟିଜେଡ ଓ ବୁଲେଟ ଆଦି ସିସିଟିଭି କ୍ୟାମେରା ଲଗାଯାଇଥିଲା। ଏହା କମାଣ୍ଡ କଣ୍ଟ୍ରୋଲ ସଫ୍ଟ୍ଟୱେର ମାଧ୍ୟମରେ ସମସ୍ତ କ୍ୟାମେରାକୁ ସଂଯୋଗ କରିବା ସହ ଜିଲା ପୋଲିସ କାର୍ଯ୍ୟାଳୟରେ ଏହାର କଣ୍ଟ୍ରୋଲ ବ୍ୟବସ୍ଥା କରିଥିଲା କଳାହାଣ୍ଡି ପୋଲିସ। ହେଲେ ଗତ ୨ ମାସ ହେଲା ସମସ୍ତ କ୍ୟାମେରା ଅଚଳ ହୋଇ ପଡିଛି। କେଉଁଠି କ୍ୟାମେରା ଭାଙ୍ଗି ଯାଇ ତଳେ ଓହଳି ପଡିଛି ତ ଆଉ କେଉଁଠି ଫାଶୀ ଖୁଣ୍ଟରେ ଝୁଲିଳା ଭଳି ଓହଳି ପଡିଛି। ଏ ନେଇ କଳାହାଣ୍ଡି ଏସ୍‌ପି ଅଭିଳାଷ ଜିଙ୍କୁ ପ୍ରତିକ୍ରିୟା ନେବାରୁ ଖୁବଶୀଘ୍ର ସହରରେ ପୁଣି ଥରେ ସମସ୍ତ ସିସିଟିଭି କ୍ୟାମେରା କାର୍ଯ୍ୟକାରୀ ହେବା ନେଇ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri