ଅମାନିଆଙ୍କୁ ଧରିବ ସିସି କ୍ୟାମେରା

ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍‌ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ ନ ଥିଲେ ଜରିମାନା ରାଶିକୁ ରାଜ୍ୟ ସରକାର ଦୁଇଗୁଣା କରିଛନ୍ତି। ତଥାପି ବହୁ ଲୋକ ସାମାଜିକ ଦୂରତ୍ୱ ରଖୁନାହାନ୍ତି କି ମୁହଁରେ ଠିକ୍‌ ଭାବେ ମାସ୍କ ପିନ୍ଧୁ ନାହାନ୍ତି। ଯେଉଁଥିପାଇଁ ସହରରେ ହୁହୁ ହୋଇ ମାଡ଼ି ଚାଲିଛି ସଂକ୍ରମଣ। ସେପଟେ ଭୁବନେଶ୍ୱରର ବସ୍ତି, କଲୋନୀଠାରୁ ଆରମ୍ଭ କରି ମୁଖ୍ୟ ରାସ୍ତା ସବୁଠି ଯାଞ୍ଚ କରିବା ସମ୍ଭବ ହେଉ ନ ଥିବାରୁ ବିକଳ୍ପ ପନ୍ଥା ଆପଣାଇଛି କମିଶନରେଟ ପୋଲିସ। କୋଭିଡ ଉଲ୍ଲଂଘନକାରୀଙ୍କୁ ସିସି କ୍ୟାମେରା ଜରିଆରେ ଧରିବା ପାଇଁ ନିଷ୍ପତ୍ତି ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବା ପାଇଁ ରାଜଧାନୀର ବିଭିନ୍ନ ଛକରେ ଲାଗିଥିବା ସିସି କ୍ୟାମେରା ସହାୟତାରେ କୋଭିଡ୍‌ ଯାଞ୍ଚ କରାଯିବ। ଏଥିପାଇଁ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌କୁ ଦାୟିତ୍ୱ ଦିଆଯାଇଛି ବୋଲି ଭୁବନେଶର ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସିସି କ୍ୟାମେରାରେ ଯେଉଁମାନେ କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିବ ସେଠାକୁ ତୁରନ୍ତ ପିସିଆର ଭ୍ୟାନ୍‌ ଅବା ଯାଞ୍ଚ ପାଇଁ ମୁତୟନ ଥିବା ଫୋର୍ସଙ୍କୁ ପଠାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେମାନଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଥିବା ସପିଂମଲ୍‌ , ମାର୍କେଟ କମ୍ପ୍ଲେକ୍ସ, ପରିବା ହାଟ ଆଦି ଅଞ୍ଚଳରେ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଯାଞ୍ଚ କରାଯାଉଥିବାବେଳେ ଖୋଦ୍‌ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ରାସ୍ତାକୁ ଓହ୍ଲାଇ ଲୋକଙ୍କୁ ବୁଝାଉଛନ୍ତି। ଏପରିସ୍ଥଳେ ସିସିଟିଭି ଫୁଟେଜ୍‌ ପରୋକ୍ଷରେ କୋଭିଡ୍‌ ସଂକ୍ରମଣକୁ ରୋକିପାରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri