Posted inଜାତୀୟ

ସିସିଟିଭି ଫୁଟେଜ ଭାଇରାଲ, ମହିଳା ଡାକ୍ତରଙ୍କ କେଶକୁ ଟାଣି ଲୁହାରଡ୍‌ରେ ପିଟିଲେ…

ଅମରାବତୀ,୨୭।୮: ଆନ୍ଧ୍ରପ୍ରଦେଶର ତିରୁପତିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଶ୍ରୀ ଭେଙ୍କଟେଶ୍ୱରା ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ଏକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ଦେଖି ସବୁଠି ଭୟର ବାତାବରଣ ଖେଳି ଯାଇଛି। ଏହି ଭିଡିଓରେ ଜଣେ ରୋଗୀ ମହିଳା ଡାକ୍ତରଙ୍କ ଉପରେ ଆକ୍ରମଣ କରୁଥିବା ନଜର ଆସିଛନ୍ତି। ସିସିଟିଭି ଫୁଟେଜରେ ଜଣେ ରୋଗୀ ମହିଳା ଡାକ୍ତରଙ୍କୁ କେଶରେ ଟାଣି ନେଉଥିବାର ନଜର ଆସିଛନ୍ତି। ତେବେ ଏହି ଘଟଣା ପରେ ଡାକ୍ତରଖାନାର ଡାକ୍ତରମାନେ ସେମାନଙ୍କ ସୁରକ୍ଷା ଦାବି କରିଛନ୍ତି।

ରିପୋର୍ଟ ଅନୁଯାୟୀ, ଏହି ଘଟଣା ଆନ୍ଧ୍ରପ୍ରଦେଶର ଏକ ମେଡିକାଲରେ ଘଟିଥିଲା। ଯେଉଁଠାରେ ଜଣେ ମଦ୍ୟପ ରୋଗୀ ଜରୁରୀକାଳୀନ ବିଭାଗରେ ପଶି ଜଣେ ଇର୍ଣ୍ଟନଙ୍କ ଉପରେ ଆକ୍ରମଣ କରିଥିଲେ। ମେଡିକାଲରେ ଘଟିଥିବା ଏହି ଘଟଣା ଏବେ ହସ୍ପିଟାଲରେ ଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଏହି ଭିଡିଓରେ ରୋଗୀଜଣକ ଡାକ୍ତରଙ୍କ କେଶ ଧରି ହସ୍ପିଟାଲ ବେଡର ଥିଲା ଲୁହା ରଡ୍‌ରେ ତାଙ୍କ ମୁଣ୍ଡକୁ ଛେଚୁଥିବାର ନଜର ଆସିଛନ୍ତି। ତେବେ ୱାର୍ଡରେ ଉପସ୍ଥିତ ଥିବା ଅନ୍ୟ ଡାକ୍ତରମାନେ ସଙ୍ଗେ ସଙ୍ଗେ ଦୌଡିଯାଇ ସେହି ବ୍ୟକ୍ତିଙ୍କୁ ରୋକିଥିଲେ। ମହିଳା ଡାକ୍ତର ଏହି ଘଟଣାରେ ସାମାନ୍ୟ ଆହତ ହୋଇଥିବାର ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri