ବଡ଼ଦାଣ୍ଡର ୫୦ ସ୍ଥାନରେ ସିସିଟିଭି

ପୁରୀ ଅଫିସ,୨୬।୬: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ ପୁରୀ ସଦ୍‌ଭାବନା ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି କହିଛନ୍ତି, ଚଳିତ ରଥଯାତ୍ରାରେ ବହୁ ଜନସମାଗମ ହେବ। ପୋଲିସ ଓ ପ୍ରଶାସନର ମିଳିତ ଉଦ୍ୟମରେ ରଥଯାତ୍ରା ସୁପରିଚାଳିତ ହୋଇପାରିବ। ଯେଉଁ ଅଧିକାରୀମାନଙ୍କୁ ଯେଉଁ ଦାୟିତ୍ୱ ମିଳିଛି ଓ ଯେଉଁ ପୋଲିସ ଅଧିକାରୀଙ୍କୁ ଯେଉଁ ସ୍ଥାନରେ ନିୟୋଜିତ କରାଯିବ, ସେଠାରେ ଠିକ୍‌ ଭାବେ ଦାୟିତ୍ୱ ସମ୍ପନ୍ନ କରିବାର ଆବଶ୍ୟକତା ରହିଛି। ରଥଯାତ୍ରା ଦିନ ପ୍ରତ୍ୟୁଷରୁ ବଡ଼ଦାଣ୍ଡରେ କୌଣସି ଗାଡ଼ି ନ ରଖିବା, ଅଯଥା ଗହଳି ନ ହେବା, ଟ୍ରାଫିକ୍‌ ନିୟନ୍ତ୍ରଣ, ପରିମଳ ବ୍ୟବସ୍ଥା, ସ୍ବାସ୍ଥ୍ୟସେବା, ଆଶୁ ଚିକିତ୍ସା ବ୍ୟବସ୍ଥା ଓ ଆମ୍ବୁଲାନ୍ସ ଭଳି ବ୍ୟବସ୍ଥାର ସୁପରିଚାଳନା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ପ୍ରଶାସନିକ ଅଧିକାରୀମାନେ ଦାୟିତ୍ୱ ସମ୍ପାଦନରେ ଅବହେଳା ନ କରନ୍ତୁ ବୋଲି ଜିଲାପାଳ ନିବେଦନ କରିଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ଦିଲୀପ କୁମାର ମହାପାତ୍ର, କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ଗୋଇନ୍ଦା ଏସ୍‌ପି ଜ୍ଞାନ ମହାପାତ୍ର, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଯୋଗଦେଇଥିଲେ। ସେହିଭଳି ପୋଲିସ ପକ୍ଷରୁ ଶନିବାର ଏକ ଖବରଦାତା ସମ୍ମିଳନୀ କରାଯାଇଥିଲା। ଏଥିରେ ଏସ୍‌ପି କନୱର ବିଶାଲ ସିଂ ଯୋଗଦେଇ କହିଛନ୍ତି, ରଥଯାତ୍ରା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଭକ୍ତଙ୍କ ସୁବିଧାକୁ ପ୍ରାଥମିକତା ଦିଆଯାଉଛି। ୧୮୦ ପ୍ଲାଟୁନ୍‌ରୁ ଊର୍ଦ୍ଧ୍ୱ ଫୋର୍ସ ମୁତୟନ ହେବେ। ଏକ ହଜାର ଅଫିସର ଓ ୧୮ ଜଣ କମାଣ୍ଡାଣ୍ଟ ଅଫିସର ନିୟୋଜିତ ହେଉଛନ୍ତି। ସିନିୟର ସୁପରଭାଇଜର ଭାବେ ବରିଷ୍ଠ ଅଧିକାରୀମାନେ ରହିଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି ହେବ। ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଏକକ କଣ୍ଟ୍ରୋଲ୍‌ ରୁମ୍‌ ପରିଚାଳିତ କରାଯିବ। ଟୋଲ୍‌ ଫ୍ରି ହେଲ୍ପଲାଇନ୍‌ ନମ୍ବର ଜାରି କରାଯିବ। ପୁରୀବାସୀଙ୍କ ସହଯୋଗରେ ରଥଯାତ୍ରା ଶୃଙ୍ଖଳାରେ ହୋଇପାରିବ। ଆମ୍ବୁଲାନ୍ସ ପାଇଁ ଗ୍ରୀନ୍‌ କରିଡରର ବ୍ୟବସ୍ଥା ହୋଇଛି। ମେଡିକାଲ ଟିମ୍‌ ମହଜୁଦ ରହିବେ। ବିଭିନ୍ନ ଗଳି ଚିହ୍ନଟ ହୋଇଛି, ଜରୁରିକାଳୀନ ସ୍ଥିତିରେ ଗଳିକୁ ଯାତାୟାତ ଲାଗି ବ୍ୟବହାର କରାଯାଇପାରିବ। ପାର୍କିଂ ସ୍ଥଳରେ ପୋଲିସ କର୍ମଚାରୀ ରହିବେ। ଅଟୋରେ ଦର ସାରଣୀ ଲାଗିଛି। ଯାତ୍ରୀମାନେ ଠକାମିର ଶିକାର ହେବେନି। ସିସିଟିଭି ଇନ୍‌ଷ୍ଟାଲେଶନ୍‌ ଚାଲିଛି। ବଡ଼ଦାଣ୍ଡର ୫୦ଟି ଜାଗାରେ ସିସିଟିଭି ଲାଗୁଛି। ସହରର ସମସ୍ତ ସମ୍ବେଦନଶୀଳ ସ୍ଥାନରେ ସିସିଟିଭି ଲଗାଇବା ଉପରେ ପୋଲିସ ପ୍ରଶାସନ ଧ୍ୟାନ ଦେଉଛି ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?