ଯୁକ୍ତ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବାଧ୍ୟତାମୂଳକ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷା ପରିଚାଳନାକୁ ଅଧିକ କଡ଼ାକଡ଼ି କରାଯିବ। ପରୀକ୍ଷାରେ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଥିବାବେଳେ ମେଧାବୀ ପରୀକ୍ଷାର୍ଥୀ ଯେପରି ଠିକ୍‌ ମାର୍କ ପାଇବେ ସେଥିଲାଗି ପ୍ରାଥମିକ ସ୍ତରରୁ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷର ପଦକ୍ଷେପ ନିଆଯାଇଛି। ଚଳିତବର୍ଷ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ବାଧ୍ୟତାମୂଳକ କରାଯାଇଛି। ଏନେଇ ଗତ ନଭେମ୍ବରରେ ସମସ୍ତ କଲେଜକୁ ଅବଗତ କରାଯାଇଥିବାବେଳେ ଡିସେମ୍ବର ୩୦ ସୁଦ୍ଧା ସିସି କ୍ୟାମେରା ନ ଥିବା ଶିକ୍ଷାନୁଷ୍ଠାନକୁ ମହଲତ ଦିଆଯାଇଥିଲା। ତେବେ ଡିସେମ୍ବର ୩୧ ପରେ ଜୋନ୍‌ୱାରି ହୋଇଥିବା ଯାଞ୍ଚ ରିପୋର୍ଟରେ ରାଜ୍ୟର ୪ଟି ଜୋନ୍‌ରେ ୪୬୧ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସିସିଟିଭି ନ ଥିବା ଦର୍ଶାଯାଇଥିଲା। ଏପରିକି ଅନେକ କେନ୍ଦ୍ରରେ ପୂର୍ବରୁ ଥିବା ସିସିଟିଭି ଅଚଳ ହୋଇଥିବା ଜଣାପଡ଼ିଥିଲା। ତେଣୁ ଆସନ୍ତା ୧୩ତାରିଖ ସୁଦ୍ଧା ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସିସିଟିଭି ଇନ୍‌ଷ୍ଟଲ ହେବା ସହ ସ୍ଥିତି ସମ୍ପର୍କରେ ଜଣାଇବାକୁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ୨୫ତାରିଖ ସୁଦ୍ଧା ଯେପରି ସମସ୍ତ କ୍ୟାମେରା କାର୍ଯ୍ୟକ୍ଷମ ହେବ ସେନେଇ ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି। ଯଦି ଏପରି ନ କରନ୍ତି ତେବେ ପରିଷଦ ପକ୍ଷରୁ ଏ ସମ୍ପର୍କରେ ଗଣଶିକ୍ଷା ବିଭାଗକୁ ଅବଗତ କରାଯିବା ସହ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିରୋଧରେ ଅଭିଯୋଗ ମଧ୍ୟ କରାଯିବ।
ରାଜ୍ୟରେ ୨,୦୬୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଥିବାବେଳେ ଏଥର ୧,୧୫୦ରୁ ଅଧିକ ବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ କରାଯିବ। ପରୀକ୍ଷା କେନ୍ଦ୍ର, ଲାବରେଟୋରି ସମେତ ପରୀକ୍ଷା ପରିଚାଳନା ହବ୍‌ର ଷ୍ଟ୍ରଙ୍ଗରୁମ୍‌ ଆଦିରେ ସିସିଟିଭି ସ୍ଥାପନ ହେବ। ଆସନ୍ତା ୧୩ ତାରିଖ ସୁଦ୍ଧା ସିସିଟିଭି ସ୍ଥାପନ କରି ସାମ୍ସ ଇ-ସ୍ପେସ୍‌ରେ ଶିକ୍ଷାନୁଷ୍ଠାନର ସ୍ଥିିତି ଅପ୍‌ଡେଟ୍‌ କରିବାକୁ କୁହାଯାଇଛି। ସେହିପରି ଯେଉଁଠି ସିସିଟିଭି ଅଚଳ ହୋଇପଡ଼ିଛି ସେ ସବୁକୁ ୨୫ତାରିଖ ସୁଦ୍ଧା ସଜାଡ଼ି ରିପୋର୍ଟ ଦାଖଲ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଯଦି ସିସିଟିଭି ନ ଥାଏ କିମ୍ବା ଅଚଳ ହୋଇ କାର୍ଯ୍ୟକ୍ଷମ ହେଉ ନ ଥିବା ଅଭିଯୋଗ ହୁଏ ତେବେ ସମ୍ପୃକ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଟ୍ୟାଗ୍‌ ତାଲିକାରୁ ବାଦ୍‌ ଦିଆଯିବ ଏବଂ ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଯୁକ୍ତ୨ ଥିଓରି ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ ଚାଲିବ। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍‌ ୩,୫୬,୪୪୯ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମପୂରଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୩,୩୮,୭୪୭ଜଣ ରେଗୁଲାର ଏବଂ ୧୭,୭୦୨ଜଣ ଏକ୍ସ ରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। ରେଗୁଲାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ କଳାରେ ୨,୧୯,୧୧୦ଜଣ ଥିବାବେଳେ ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୧୧୦ଜଣ ରହିଛନ୍ତି। ତେବେ କୌଣସି କାରଣରୁ ଯଦି ଛାତ୍ରୀଛାତ୍ର ଫର୍ମ ପୂରଣ କରି ନ ଥିବେ ତେବେ ସେମାନେ ଆସନ୍ତା ୧୬ରୁ ୧୯ ତାରିଖ ମଧ୍ୟରେ ୪୫୦ଟଙ୍କା ଫାଇନ୍‌ ଦେଇ ଫର୍ମପୂରଣ କରିପାରିବେ। ୧୫ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ର ଓ ପରୀକ୍ଷା ପରିଚାଳନା ହବ୍‌ ସ୍ଥିର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri