ସବୁ ହୋଟେଲରେ ସିସିଟିଭି ବାଧ୍ୟତାମୂଳକ

ପୁରୀ ଅଫିସ,୩୧।୫:ଚଳିତ ବର୍ଷର ରଥଯାତ୍ରା ପାଇଁ ସୋମବାର ପୁରୀ ହୋଟେଲ ମାଲିକ ସଂଘ ସହ ପୋଲିସ ପ୍ରଶାସନର ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ସହରର ସମସ୍ତ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବା ବାଧ୍ୟତାମୂଳକ କରାଯିବା ସହ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱାରୋପ କରାଯାଇଛି।
ଚଳିତବର୍ଷ ରଥଯାତ୍ରାରେ ପ୍ରାୟ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଅନେକ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକ ବିଭିନ୍ନ ହୋଟେଲ ଓ ଲଜ୍‌ରେ ରହିବେ। ତେଣୁ ସେମାନଙ୍କ ଲାଗି ହୋଟେଲକୁ ସୁରକ୍ଷିତ ରଖିବା ଦିଗରେ ପଦକ୍ଷେପ ନେବାକୁ ପୋଲିସ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ପୁରୀ ସହରର ସବୁ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସିସିଟିଭିରେ ଅତିକମ୍‌ରେ ୭ଦିନର ତଥ୍ୟ ସଂରକ୍ଷିତ ରହିବା ଭଳି ବ୍ୟବସ୍ଥା ଥିବା ଦରକାର। ପ୍ରତିଦିନ ହୋଟେଲ ମାଲିକମାନେ ଯାତ୍ରୀଙ୍କ ସଂଖ୍ୟା ସମ୍ପର୍କିତ ତଥ୍ୟ ସ୍ଥାନୀୟ ଥାନାରେ ଦାଖଲ କରିବେ। ପ୍ରତ୍ୟେକ ଥାନାର ଆଇଆଇସି ଏକ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରିବେ। ହୋଟେଲ ଓ ଲଜ୍‌ ମାଲିକମାନେ ଏହି ଗ୍ରୁପ୍‌ରେ ରହିବେ। ଗ୍ରୁପ୍‌ରେ ହୋଟେଲ, ଯାତ୍ରୀଙ୍କ ସୁରକ୍ଷା ଓ ରହଣି ସମ୍ପର୍କରେ ଆଲୋଚନା ହେବ। ପର୍ଯ୍ୟଟକଙ୍କ ପାଇଁ ଏକ ହେଲ୍ପଲାଇନ୍‌ ନମ୍ବର (୬୩୭୦୯୬୭୧୦୦) ଜାରି କରାଯାଇଛି। ହୋଟେଲ ମାଲିକମାନେ ନିଜ ରିସେପଶନ୍‌ ସେଣ୍ଟରରେ ଉକ୍ତ ହେଲ୍ପଲାଇନ୍‌ ନମ୍ବର ଲେଖାଇବେ, ଯେପରି ତାହା ଯାତ୍ରୀଙ୍କ ନଜରକୁ ଆସିବ ବୋଲି ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଇଛି। ଯାତ୍ରୀଙ୍କ ସମସ୍ୟା ସମ୍ପର୍କିତ ସୂଚନା ପାଇଁ ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀଙ୍କୁ ନୋଡାଲ ଅଫିସର ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri