ସବୁ ହୋଟେଲରେ ସିସିଟିଭି ବାଧ୍ୟତାମୂଳକ

ପୁରୀ ଅଫିସ,୩୧।୫:ଚଳିତ ବର୍ଷର ରଥଯାତ୍ରା ପାଇଁ ସୋମବାର ପୁରୀ ହୋଟେଲ ମାଲିକ ସଂଘ ସହ ପୋଲିସ ପ୍ରଶାସନର ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ସହରର ସମସ୍ତ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବା ବାଧ୍ୟତାମୂଳକ କରାଯିବା ସହ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱାରୋପ କରାଯାଇଛି।
ଚଳିତବର୍ଷ ରଥଯାତ୍ରାରେ ପ୍ରାୟ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଅନେକ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକ ବିଭିନ୍ନ ହୋଟେଲ ଓ ଲଜ୍‌ରେ ରହିବେ। ତେଣୁ ସେମାନଙ୍କ ଲାଗି ହୋଟେଲକୁ ସୁରକ୍ଷିତ ରଖିବା ଦିଗରେ ପଦକ୍ଷେପ ନେବାକୁ ପୋଲିସ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ପୁରୀ ସହରର ସବୁ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସିସିଟିଭିରେ ଅତିକମ୍‌ରେ ୭ଦିନର ତଥ୍ୟ ସଂରକ୍ଷିତ ରହିବା ଭଳି ବ୍ୟବସ୍ଥା ଥିବା ଦରକାର। ପ୍ରତିଦିନ ହୋଟେଲ ମାଲିକମାନେ ଯାତ୍ରୀଙ୍କ ସଂଖ୍ୟା ସମ୍ପର୍କିତ ତଥ୍ୟ ସ୍ଥାନୀୟ ଥାନାରେ ଦାଖଲ କରିବେ। ପ୍ରତ୍ୟେକ ଥାନାର ଆଇଆଇସି ଏକ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରିବେ। ହୋଟେଲ ଓ ଲଜ୍‌ ମାଲିକମାନେ ଏହି ଗ୍ରୁପ୍‌ରେ ରହିବେ। ଗ୍ରୁପ୍‌ରେ ହୋଟେଲ, ଯାତ୍ରୀଙ୍କ ସୁରକ୍ଷା ଓ ରହଣି ସମ୍ପର୍କରେ ଆଲୋଚନା ହେବ। ପର୍ଯ୍ୟଟକଙ୍କ ପାଇଁ ଏକ ହେଲ୍ପଲାଇନ୍‌ ନମ୍ବର (୬୩୭୦୯୬୭୧୦୦) ଜାରି କରାଯାଇଛି। ହୋଟେଲ ମାଲିକମାନେ ନିଜ ରିସେପଶନ୍‌ ସେଣ୍ଟରରେ ଉକ୍ତ ହେଲ୍ପଲାଇନ୍‌ ନମ୍ବର ଲେଖାଇବେ, ଯେପରି ତାହା ଯାତ୍ରୀଙ୍କ ନଜରକୁ ଆସିବ ବୋଲି ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଇଛି। ଯାତ୍ରୀଙ୍କ ସମସ୍ୟା ସମ୍ପର୍କିତ ସୂଚନା ପାଇଁ ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢ଼ୀଙ୍କୁ ନୋଡାଲ ଅଫିସର ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri