Posted inଜାତୀୟ

ସିବିଏସ୍‌ଇ ସ୍କୁଲରେ ସିସିଟିଭି ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୨ା୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ସିସିଟିଭି କ୍ୟାମେରା ସଂଯୋଗକୁ ବାଧ୍ୟତାମୂଳକ କରିଛି। ବୋର୍ଡ ପକ୍ଷରୁ ଏହାର ଆଫିଲିଏଶନ୍‌ ବାଇଲଜ୍‌-୨୦୧୮ରେ ଥିବା ଚାପ୍ଟର ୪ (ଫିଜିକାଲ ଇନ୍‌ଫ୍ରାଷ୍ଟ୍ରକ୍ଚର)ରେ ସଂଶୋଧନ ଅଣାଯାଇଛି। ସ୍କୁଲଗୁଡ଼ିକରେ ପିଲାଙ୍କ ନିରାପତ୍ତା ଓ ସୁରକ୍ଷା ସମ୍ପର୍କିତ ଏନ୍‌ସିପିସିଆର୍‌ ମାନୁଆଲ କ୍ଲଜ୍‌ ୧(୫) ଅନୁସାରେ ବିଦ୍ୟାଳୟଗୁଡ଼ିକରେ ସିସିଟିଭି ସଂଲଗ୍ନ ସହ ଏହାକୁ ନିୟମିତ ଭାବେ ପରିଚାଳନା ଓ ଅନୁଧ୍ୟାନ କରାଯିବ। ଏହି ଆଧାରରେ ସିବିଏସ୍‌ଇ ସମସ୍ତ ସହଅନୁବନ୍ଧିତ ସ୍କୁଲରେ ହାଇ-ରେଜୋଲ୍ୟୁଶନ୍‌ ସିସିଟିଭି କ୍ୟାମେରା ସଂଲଗ୍ନ କରିବାକୁ ନିର୍ଦ୍ଦେଶ ଦେଇଛି। ସିସିଟିଭି କ୍ୟାମେରାଗୁଡ଼ିକ ଜରିଆରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନର ରିଅଲ୍‌-ଟାଇମ୍‌ ଅଡିଓ-ଭିଜୁଆଲ ରେକର୍ଡିଂ ରହିବ। ସମସ୍ତ ପ୍ରବେଶ ଓ ପ୍ରସ୍ଥାନ ଦ୍ୱାର, ଲବି ଓ କରିଡର, ଶିଡି, ଶ୍ରେଣୀଗୃହ, ଲାଇବ୍ରେରି, ଲାବରେଟୋରି, କ୍ୟାଣ୍ଟିନ୍‌, ଷ୍ଟୋର ରୁମ୍‌, ଖେଳପଡ଼ିଆ ଏବଂ ଅନ୍ୟ କମନ୍‌ ଏରିଆରେ ସିସିଟିଭି କ୍ୟାମେରା ରହିବା ଜରୁରୀ। ତେବେ ଟଏଲେଟ୍‌, ଓ୍ବାଶ୍‌ରୁମ୍‌ ଭଳି ସ୍ଥାନକୁ ଏଥିରୁ ବାଦ୍‌ ଦିଆଯାଇଛି। ପ୍ରତ୍ୟେକ ସିସିଟିଭି ସିଷ୍ଟମ୍‌ରେ ଅନୂ୍ୟନ ୧୫ ଦିନ ଧରି ଫୁଟେଜ୍‌ ମହଜୁଦ ରହିବା ଭଳି ସାମର୍ଥ୍ୟ ଥିବା ଜରୁରୀ, ଯାହାକୁ ଆବଶ୍ୟକ ସ୍ଥଳେ କର୍ତ୍ତୃପକ୍ଷ ଯାଞ୍ଚ କରିପାରିବେ। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ପ୍ରତ୍ୟେକ ଆଫିଲିଏଟେଡ୍‌ ସ୍କୁଲ ଏହାକୁ କଡ଼ାକଡ଼ି ଭାବେ ପାଳନ କରିବେ ବୋଲି ବୋର୍ଡ ଗୁରୁତ୍ୱାରୋପ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?